ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ସମ୍ବଲପୁର, ବ୍ରହ୍ମପୁର, କଟକ ଏବଂ ଅନୁଗୁଳରେ ଘଟିଛି ହତ୍ୟାକାଣ୍ଡ। ଭୁବନେଶ୍ବର ଶାନ୍ତିପଲ୍ଲୀ ବସ୍ତିରେ ସାମାନ୍ୟ କଥା କଟାକଟିରୁ ସ୍ତ୍ରୀଙ୍କ ସମ୍ମୁଖରେ ସ୍ବାମୀଙ୍କୁ ଛୁରି ଭୁସି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ସେହିପରି ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।

ସେହିପରି ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାହୁଲ ସିଂହ(୨୫) ନାମକ ଜଣେ ଯୁବକ ସାହୁ କଲୋନୀର ଆଦିତ୍ୟ ସାଲେମା(୧୮)ଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସାହୁଲଙ୍କୁ ଗିରଫ କରି ତନାଘନା ଆରମ୍ଭ କରିଛି।

ଅନ୍ୟପକ୍ଷେ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଜଣେ ଠିକାଦାରଙ୍କୁ ହୋଲିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟନଗର ଅଞ୍ଚଳର ଠିକାଦାର (କଣ୍ଟ୍ରାକ୍ଟର )ଟି. ରାମଚନ୍ଦ୍ର ପାତ୍ରଙ୍କ ମୃତ ହୋଇଛି। ଜଣେ ଯୁବକ ତାଙ୍କୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ପୋଳିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଚନ୍ଦନ କୁମାର ସାବତ ଓରଫ ପପୁନ(୩୨)।

ସେହିପରି ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ ମଧ୍ୟ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୭୪/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ମାମଲାରେ ପୋଳିସ ଜଣେ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି।

ଭାଇଚାରାର ସହର କଟକ ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାରରେ ଘଟିଛି ଏକ ଅଭାବନୀୟ ଘଟଣା। ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାରରେ ସାମାନ୍ୟ ପାଟିତୁଣ୍ଡରୁ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ସେ ଜଗତସିଂହପୁର ଅଞ୍ଚଳର ବୋଲି ପୋଲିସ କହିଛି। ଗୁଳିମାଡ଼ କରିଥିବା କେନ୍ଦ୍ରାପଡ଼ାର ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଗିରଫ କରିବା ସହ ତାଙ୍କଠାରୁ ଏକ ବନ୍ଧୁକ ଜବତ କରାଯାଇଛି। ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?