ସର୍ବସାଧାରଣରେ ହେବନି ହୋଲି

ଢେଙ୍କାନାଳ ଅଫିସ, ୯।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ହଲ୍‌ରେ ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍‌ସ୍ଥିତି, ପୌର ନିର୍ବାଚନ ଏବଂ ୫-ଟି ବ୍ୟବସ୍ଥାରେ ହେଉଥିବା ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରିବା ଲାଗି ଚଳିତବର୍ଷ ସର୍ବସାଧାରଣରେ ହୋଲି ଖେଳକୁ ବାରଣ କରାଯାଇଛି। ଜିଲାବାସୀ ପରିବାର ସହିତ ହୋଲି ଖେଳିବାକୁ ଅନୁରୋଧ କରାଯାଇଛି। ରାଜ୍ୟ ସରକାରଙ୍କ ପରିବର୍ତ୍ତିତ ଗାଇଡ୍‌ ଲାଇନ୍‌ ଅନୁଯାୟୀ ବିବାହରେ ୫୦୦ ଏବଂ ଶୁଦ୍ଧିକ୍ରିୟାରେ ୨୫୦ଜଣ ଯୋଗଦେଇପାରିବେ। କରୋନା ମାର୍ଗଦର୍ଶିକା ଅନୁଯାୟୀ ଉତ୍ସବ, ବାଣିଜ୍ୟ ମେଳା, ଶୋଭାଯାତ୍ରାକୁ ଅନୁମତି ଦିଆଯାଇଛି। ଜୁନ୍‌ ସୁଦ୍ଧା ଟିକାକରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଜୁନ୍‌ ରେ ୪ର୍ଥ ଲହର ଆସିବା ଆଶଙ୍କା ଥିବାରୁ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସମଗ୍ର ରାଜ୍ୟରେ ଢେଙ୍କାନାଳ ଜିଲାର ସର୍ବାଧିକ ଟେଷ୍ଟିଂ ହେଉଛି। ବୁଷ୍ଟର ଡୋଜ୍‌ ଦେବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ସିଡିଏମ୍‌ଓ ଡା. ଅଶୋକ କୁମାର ଦାସ ସୂଚନା ଦେଇଛନ୍ତି।
ଜିଲାର ୧୦୫ ସ୍କୁଲରେ ୫-ଟି ଆନୁକୂଲ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟ ତୁରନ୍ତ ସାରିବା, ସରକାରୀ ଶିକ୍ଷାନୁଷ୍ଠାନର ନିଜସ୍ବ ଜମିପଟ୍ଟା କରିବା ଲାଗି ପଦକ୍ଷେପ ନେବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ସମସ୍ତ ୮ ବ୍ଲକରେ ଷ୍ଟାଡିୟମ, ବସ୍‌ଷ୍ଟାଣ୍ଡ ନିର୍ମାଣ ଲାଗି ଆଲୋଚନା କରାଯାଇଛି। ଖଣିଖାଦାନରୁ ବେଆଇନ ଚାଲାଣ ହେଉଥିବା ଲଘୁ ଖଣିଜ ଉପରେ ତୀକ୍ଷ୍ଣ ନଜର ରଖିବା ସହିତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତହସିଲଦାରଙ୍କୁ କଡ଼ା ତାଗିଦ୍‌ କରାଯାଇଛି। ଏହି ଅବସରରେ ପୌର ନିର୍ବାଚନ ସୁପରିଚାଳନା ସମ୍ପର୍କରେ ଆଲୋଚନା କରାଯାଇଥିଲା।
ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାସ, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଆଇଏଏସ୍‌ ପ୍ରୋବେଶନର ବିଭୂତି ଭୂଷଣ ନାୟକ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଡିପିଏମ୍‌ ସୋନାଲି ପ୍ରିୟଦର୍ଶିନୀ, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର, ଶିକ୍ଷାଧିକାରୀ ନିବେଦିତା ପାଣି, ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାୟ, ତହସିଲଦାର ଅନୁପମା ମୁର୍ମୁ, ଭୂଅର୍ଜନ ଅଧିକାରୀ ସ୍ମୃତିରଞ୍ଜନ ମହାପାତ୍ର, ଓସ୍‌ଡମା ଡିପିଓ ନିମାଇଁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri