ରଙ୍ଗର ପର୍ବ ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ ।ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ ବେଶ ଧୁମଧାମ ସହ ପାଳିଥିଲେ । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ । ଏହି ଦିନ ସବୁ ବାଦ ବିବାଦକୁ ଭୁଲି ସମସ୍ତେ ପରସ୍ପରକୁ ଅବିର ଲଗାଇ ସବୁ ରାଗରୁଷା ଭୁଲି ଯାଇଛନ୍ତି । ହୋଲି ଲାଗି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା । ଏ ନେଇ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିରରୁ ଦୋଳ ବିମାନ ବାହାରି ସମଗ୍ର ସହର ପରିକ୍ରମା କରିଥିବାବେଳେ ଅଞ୍ଚଳର ବିଭିନ୍ନ ସାଂସ୍କୃତିକ, ସ୍ବେଛାସେବୀ ଭଳି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ନାଚ ଗୀତର ତାଳେତାଳେ ପରିକ୍ରମା କରି ହୋଲି ରଙ୍ଗ ଲଗାଇଥିଲେ l ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହ ଓ ଉଦ୍ଦୀପନାରେ ପାଳନ କରୁଛନ୍ତି ହୋଲି। ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ । ବିଭିନ୍ନ ସ୍ଥାନରେ ଭୋଜି ଭାତର ଆୟୋଜନ ହେଉଥିବା ବେଳେ ନାଚ ଗୀତର ଆସର ବି ଜମିଥିଲା । ପରସ୍ପରକୁ ରଙ୍ଗ ଲଗାଇବା ସହ ପିଚକାରୀ ମାରି ରଙ୍ଗର ପର୍ବକୁ ଭରପୂର ପାଳନ କରୁଛନ୍ତିl ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ । କେବଳ ରଙ୍ଗର ପର୍ବ ନୁହେଁ ବରଂ ପରସ୍ପର ମଧ୍ୟରେ ସଂପ୍ରୀତି, ସଦଭାବ, ସୌହାର୍ଦ୍ଦ୍ୟ ରକ୍ଷା ଲାଗି ହୋଲି କରାଯାଉଛି ପାଳନ। ଏହି ରଙ୍ଗର ପର୍ବ ହୋଲି ନିମନ୍ତେ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶରେ ଥାନା ଅଧିକାରୀ ସମ୍ବିତ କୁମାର ସୱାଇଁଙ୍କ ନେତୃତ୍ୱରେ ସମଗ୍ର ସହରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ କଡାକଡି ନଜର ରଖାଯାଇଥିବା ବିଷୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?