Posted inରାଜ୍ୟ

ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଛୁଟି ଘୋଷଣା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)- ଆସନ୍ତା ନଭେମ୍ବର ୩ ତାରିଖରେ ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଭୋଟ ଗ୍ରହଣ ଦିନ ଅର୍ଥାତ୍‌ ନଭେମ୍ବର ୩ ତାରିଖରେ ସମ୍ପୃକ୍ତ ନିର୍ବାଚନ ମଣ୍ଡଳ ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ, ସ୍କୁଲ, କଲେଜ ଓ ଶିଳ୍ପାନୁଷ୍ଠାନ ଇତ୍ୟାଦି ବନ୍ଦ ରହିବ। ସମ୍ପୃକ୍ତ ଅନୁଷ୍ଠାନ ଓ କାର୍ଯ୍ୟାଳୟର କର୍ମଚାରୀଙ୍କ ନିମନ୍ତେ ଉକ୍ତ ଦିବସକୁ ଭାରତର ନିର୍ବାଚନ ଆୟୋଗ ସବୈତନିକ ଛୁଟି ଭାବେ ଘୋଷଣା କରିଛନ୍ତି। ଏହାଛଡା ଉଭୟ ନିର୍ବାଚନମଣ୍ଡଳୀରେ ଉପ ନିର୍ବାଚନ କାର୍ଯ୍ୟରେ ୩ ଦିନରୁ ଊର୍ଦ୍ଧ୍ୱ ନିୟୋଜିତ କର୍ମଚାରୀମାନଙ୍କୁ ଗୋଟିଏ ଦିନ ସ୍ବତନ୍ତ୍ର ଆକସ୍ମିକ ଛୁଟି ସେହି ବର୍ଷ ନେବାକୁ ଅନୁମତି ଦିଆଯାଇଛି। ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ସମ୍ପୃକ୍ତ କର୍ମଚାରୀମାନେ ସେମାନଙ୍କ ଉପରିସ୍ଥ ଅଧିକାରୀଙ୍କୁ ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ପ୍ରମାଣପତ୍ର ଦେଖାଇ ଉକ୍ତ ସ୍ବତନ୍ତ୍ର ଛୁଟି ନେଇପାରିବେ। ସେହିପରି ବାଲେଶ୍ୱର ଓ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ଯେଉଁ ମତଦାତାମାନେ ବାହାରେ ଚାକିରି କରୁଛନ୍ତି ସେମାନେ ମଧ୍ୟ ଭୋଟ ଦେବା ପାଇଁ ଭୋଟ ଗ୍ରହଣ ଦିନ ଛୁଟି ନେଇପାରିବେ। ଏଥିନିମନ୍ତେ ସମ୍ପୃକ୍ତ କର୍ମଚାରୀମାନେ ନିର୍ବାଚନମଣ୍ଡଳୀର ଭୋଟର ବୋଲି ପ୍ରମାଣପତ୍ର ଦେବା ପରେ ଉପରିସ୍ଥ ଅଧିକାରୀଙ୍କଠାରୁ ଅନୁମତି ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri