Posted inଜାତୀୟ

ଛୁଟି ପାଇଁ ଲାଞ୍ଚ: ଶିକ୍ଷା ବିଭାଗ କଲା ପର୍ଦ୍ଦାଫାଶ୍‌

ଲକ୍ଷ୍ନୌ,୫।୧୨: ଉତ୍ତରପ୍ରଦେଶରେ ଛୁଟି ପାଇଁ ପ୍ରାଥମିକ ଶିକ୍ଷୟତ୍ରୀ ଏବଂ ଶିକ୍ଷକଙ୍କୁ ଲାଞ୍ଚ ଦେବାକୁ ପଡୁଥିବା ଦୁର୍ନୀତିର ପର୍ଦ୍ଦାଫାଶ୍‌ ହୋଇଛି। ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଇଥିଲା। ପରେ ସତକଥା ପଦାକୁ ଆସିଥିଲା। ଶିକ୍ଷା ବିଭାଗ ପକ୍ଷରୁ ଆଇଭିଆର୍‌ଏସ୍‌ (ଇଣ୍ଟ୍ରାକ୍ଟିଭ୍‌ ଭଏସ୍‌ ରେସପନ୍ସ୍‌ ସିଷ୍ଟମ୍‌) କଲ୍‌ କରାଯାଇ ରାଜ୍ୟର ୧୨ ହଜାର ୭୩୩ ଜଣ ପ୍ରାଥମିକ ଶିକ୍ଷୟତ୍ରୀ-ଶିକ୍ଷକଙ୍କ ସହିତ କଥାବାର୍ତ୍ତା କରାଯାଇଥିଲା। ସେମାନେ ଛୁଟି ପାଇଁ ଲାଞ୍ଚ ଦେଉଥିବା ପ୍ରକାଶ କରିଥିଲେ। ଶିକ୍ଷା ଅଧିକାରୀମାନେ ଲାଞ୍ଚ ବିନା ଛୁଟି ମଞ୍ଜୁର କରୁ ନ ଥିବା ୧୫୪୮ ଶିକ୍ଷୟତ୍ରୀ-ଶିକ୍ଷକ ପ୍ରକାଶ କରିଛନ୍ତି। ମେଡିକାଲ୍‌ ଲିଭ୍‌ ଅଥବା ପିଲାଙ୍କ ଯତ୍ନ ନେବା ଲାଗି କରାଯାଉଥିବା ଛୁଟି ଆବେଦନରେ ଲାଞ୍ଚ ଦେବାକୁ ପଡୁଥିବା ସେମାନେ ସ୍ବୀକାର କରିଛନ୍ତି। ବିବାହ ପାଇଁ ଦୁଇଗୁଣା ଲାଞ୍ଚ ଦେବାକୁ ପଡୁଥିବା ସେମାନେ କହିଛନ୍ତି। ସାଧାରଣ ଛୁଟି ପାଇଁ ଦିନ ପିଛା ୫୦୦ରୁ ୧୦୦୦ଟଙ୍କା ଦେବାକୁ ପଡୁଥିବାବେଳେ ବିବାହ କ୍ଷେତ୍ରରେ ଏହା ୨ ହଜାର ଟଙ୍କା ଶିକ୍ଷା ଅଧିକାରୀଙ୍କୁ ଦେବାକୁ ପଡ଼ିଥାଏ ବୋଲି ଶିକ୍ଷୟତ୍ରୀ-ଶିକ୍ଷକମାନେ ଅଭିଯୋଗ କରିଛନ୍ତି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଏବେ ଶିକ୍ଷା ବିଭାଗ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri