ଅବକାଶ କାଳୀନ ହୋମଓ୍ବର୍କ ସହାୟତା କେନ୍ଦ୍ର ଉଦ୍‌ଘାଟିତ

ସୁନ୍ଦରଗଡ୧।୫(ଡିଏନଏ):  ରାଜ୍ୟ ସରକାରଙ୍କ ତରଫରୁ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଗ୍ରୀଷ୍ମ ଅବକାଶ କାଳୀନ ହୋମଓ୍ବର୍କ କାର୍ଯ୍ୟକ୍ରମ ସୋମବାର ଠାରୁ ଆରମ୍ଭ ହୋଇଛି। ଯାହାକି ମେ ୧ରୁ ଆରମ୍ଭ ହୋଇ ଗ୍ରୀଷ୍ମ ଅବକାଶ ସମାପ୍ତ ହେବା ପର୍ଯ୍ୟନ୍ତ ପ୍ରାରମ୍ଭିକ ଭାବେ ସାରା ଓଡ଼ିଶାରେ ଲାଗୁ ହେବ। ସୋମବାର ସୁନ୍ଦରଗଡ ଜିଲା ଶିକ୍ଷା କାର୍ଯ୍ୟାଳୟରେ ନିଃଶୁଳ୍କ ସହାୟତା କେନ୍ଦ୍ର ଜିଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପ୍ରଧାନଙ୍କ ଦ୍ବାରା ଉଦ୍‌ଘାଟିତ ହୋଇଯାଇଛି। ଏହି ଉଦଘାଟନ ଉତ୍ସବରେ ଅତିରିକ୍ତ ଶିକ୍ଷା ଅଧିକାରୀ ସାରଙ୍ଗ ଧର ବରିହା, ଜିଲା ବିଜ୍ଞାନ ପରିଦର୍ଶକ ଚନ୍ଦ୍ର ଶେଖର ସାହୁ, ଭାରପ୍ରାପ୍ତ ଶୈକ୍ଷିକ ଉନ୍ନୟନ ସଂଯୋଜକ ଅମାତ୍ୟ ପ୍ରଧାନ,ବିତ୍ତ ପରାମର୍ଶଦାତା ରାଜେନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଜିଲା ସ୍ତରୀୟ ସହାୟତା କେନ୍ଦ୍ରରେ ସୁନ୍ଦରଗଡ ଜିଲା ଛାତ୍ରୀଛାତ୍ରଙ୍କ ପାଇଁ ଦୁଇଟି ଦେୟ ମୁକ୍ତ ଫୋନ ନମ୍ବର ଆବଣ୍ଟିତ ହୋଇଛି। ଯଥା ୧୮୦୦-୩୪୫୭୪୭୯ ଓ ୧୮୦୦୩୪୫୭୪୮୦।  ଛାତ୍ରୀଛାତ୍ର, ଶିକ୍ଷକ ଓ ଅଭିଭାବକ ଉକ୍ତ ନମ୍ବରରେ ଯୋଗାଯୋଗ କରିପାରିବେ ବୋଲି ଜିଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପ୍ରଧାନ ସୋମବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri