ପରିବାର ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି ନୀଳନୟନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ବିଶ୍ୱସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ତାଙ୍କ ପରିବାର ସହିତ ମାଳଦ୍ୱୀପରେ ଛୁଟି ମନାଉଥିବା ଖବର ଚର୍ଚ୍ଚାରେ ରହିଛି। ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ ସହ ମାଳଦ୍ୱୀପ ବୁଲିବାକୁ ଯାଇଛନ୍ତି ଐଶ୍ୱର୍ଯ୍ୟା। ଏ ବିଷୟରେ ଐଶ୍ୱର୍ଯ୍ୟା ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।

ସୋସିଆଲ ମିଡିଆରେ ଐଶ୍‌ ବହୁତ ଆକ୍ଟିଭ୍‌ ରୁହନ୍ତି। ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସେ ପ୍ରାୟତଃ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ସେ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ତାଙ୍କର ଏହି ଫଟୋ ମାଳଦ୍ୱୀପର ଅଟେ ବୋଲି ସ୍ପଷ୍ଟ ଜଣାପଡୁଛି। ଏହି ଫଟୋରେ ସୁନ୍ଦର ଗଛ ଏବଂ ନୀଳ ସମୁଦ୍ରର ଦୃଶ୍ୟରାଜି ଖୁବ୍‌ ମନ ମତାଣିଆ ହୋଇଛି। ଫଟୋ ଶେୟାର କରି ଐଶର୍ଯ୍ୟା କ୍ୟାପଶନ ଲେଖିଛନ୍ତି, ‘ସୂର୍ଯ୍ୟ, ପବନ ଏବଂ ସ୍ବର୍ଗ’।

ଐଶ୍ୱର୍ଯ୍ୟା ମାଳଦ୍ୱୀପରେ ଥିବା ରିସୋର୍ଟକୁ ଟ୍ୟାଗ୍‌ କରିଛନ୍ତି। ଯେଉଁଠାରେ ସେ ପରିବାର ସହ ରହୁଛନ୍ତି। ସେମାନେ ଯେଉଁ ରିସୋର୍ଟରେ ରହୁଛନ୍ତି, ତା’ର ନାମ ହେଲା ‘ଆମିଲା। ଫଟୋଗୁଡ଼ିକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି।

ଏ ତ ଗଲା ଐଶ୍ୱର୍ଯ୍ୟାଙ୍କ ବ୍ୟକ୍ତିଗତ କଥା। ଯଦି ତାଙ୍କ ଫିଲ୍ମ କ୍ୟାରିୟର କଥା କହିବା ତେବେ ସେ ଖୁବ୍‌ଶୀଘ୍ର ତାମିଲ ଫିଲ୍ମ ‘ପୋନିୟିନ୍‌ ସେଲଭାନ’ରେ ନଜର ଆସିବେ। ଐଶ୍ୱର୍ଯ୍ୟାଙ୍କୁ ଶେଷ ଥର ପାଇଁ ଫିଲ୍ମ ‘ଫ୍ୟାନି ଖାନ୍‌’ରେ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ସେ ମୁଖ୍ୟ ଭୂମିକାରେ ରାଜକୁମାର ରାଓ ଏବଂ ଅନିଲ କପୁରଙ୍କ ସହ ନଜର ଆସିଥିଲେ। ଫିଲ୍ମଟି ୨୦୧୮ରେ ମୁକ୍ତିଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri