କ୍ୟାନ୍ସରରେ ଆଖି ବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ହଲିଉଡ୍‌ ଅଭିନେତା ଡଷ୍ଟିନ ଡାଇମଣ୍ଡଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୪ ବର୍ଷ ହୋଇଥିଲା। ତେବେ କ୍ୟାନ୍ସର ରୋଗରେ ଆକ୍ରାନ୍ତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଟିଭି ଶୋ’ ‘ସେଭ୍‌ ବାଏ ଦ ବେଲ’ ପାଇଁ ସେ ବେଶ୍‌ ଲୋକପ୍ରିୟ ଥିଲେ। ଏ ନେଇ ଡଷ୍ଟିନଙ୍କ ମୁଖପାତ୍ର ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଡଷ୍ଟିନ କର୍କଟ ରୋଗରେ ଆକ୍ରାନ୍ତ ଥିବା ୩ ସପ୍ତାହ ପୂର୍ବେ ଜଣାପଡ଼ିଥିଲା। ଏହା ତାଙ୍କ ସମ୍ପୂର୍ଣ୍ଣ ଶରୀରକୁ ଶୀଘ୍ର ବ୍ୟାପିଯାଇଥିଲା। ମାତ୍ର ଏହି ରୋଗକୁ ନେଇ ଡଷ୍ଟିନଙ୍କ ମୁହଁରେ ଆଦୌ ହେଲେ ଦୁଃଖ ନ ଥିଲା। ତାଙ୍କୁ କେବେବି ଦୁଃଖରେ ବୁଡି ରହିବାର ଦେଖିବାକୁ ମିଳି ନ ଥିଲା ବୋଲି ମୁଖପାତ୍ର କହିଛନ୍ତି।
କାଲିଫର୍ଣ୍ଣିଆରେ ରହୁଥିବା ଡଷ୍ଟିନ ‘ଗୁଡ୍‌ ମର୍ଣ୍ଣିଂ ବିସ୍‌ ବ୍ଲିସ୍‌’ରୁ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ । ଅନେକ ରିଆଲିଟି ଶୋ’ ସେଲିବ୍ରିଟି ଫିଟ୍‌ କ୍ଲବ, ସେଲିବ୍ରିଟି ବକ୍ସିଂ ୨ ଏବଂ ସେଲିବ୍ରିଟି ଚାମ୍ପିୟନଶିପ୍‌ କୁସ୍ତି ଆଦିରେ ତାଙ୍କୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଭାରତର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ, ୨୦୨୪-୨୫ ବ୍ୟାଚ୍‌ର ନୂତନ ‘ଏଡଭୋକେଟ୍ସ-ଅନ୍-ରିକର୍ଡ’ (AOR) ଙ୍କ ଆନୁଷ୍ଠାନିକ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରି ଆଇନ ପେଷାରେ ଶ୍ରେଷ୍ଠତା, ନିଷ୍ଠା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri