ଅମ୍ବାନୀ ପରିବାରର ବିବାହରେ ଗୀତ ଗାଇବାକୁ ଏତିକି ଟଙ୍କା ନେବେ ହଲିଉଡ୍‌ ଗାୟିକା ରିହାନା

ମୁମ୍ବାଇ,୩।୧: ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଜୁଲାଇରେ ବୀରେନ୍‌ ମର୍ଚାଣ୍ଟ ଏବଂ ଶିଲା ମର୍ଚାଣ୍ଟର ଝିଅ ରାଧିକାଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ପୂର୍ବରୁ ଗଜୁରାଟର ଜାମନଗରରେ ମାର୍ଚ୍ଚ ୧-୩ରୁ ଏହି ଦମ୍ପତିଙ୍କ ପ୍ରି-ଓ୍ବେଡିଂ କାର୍ଯ୍ୟ ଆରମ୍ଭ ହୋଇଛି। ଭାରତ ତଥା ବିଦେଶର ବହୁ ବଡ ବ୍ୟକ୍ତିତ୍ୱ ଅନନ୍ତ ଏବଂ ରାଧିକାଙ୍କ ପ୍ରି-ଓ୍ବେଡିଂରେ ଭାଗ ନେବାକୁ ଜାମନଗରରେ ପହଞ୍ଚିଛନ୍ତି। ଅମିତାଭ ବଚ୍ଚନ, ସଲମାନ ଖାନ ଏବଂ ଶାହାରୁଖଙ୍କ ସହ ଦୀପିକା ପାଦୁକୋନଙ୍କ ସମେତ ଅନେକ ତାରକା ମଧ୍ୟ ଜାମନଗରରେ ପହଞ୍ଚିଛନ୍ତି।
ଅନନ୍ତ ଏବଂ ରାଧିକାଙ୍କ ପ୍ରି-ଓ୍ବେଡିଂରେ ପର୍ଫମ କରିବାକୁ ହଲିଉଡର ଗାୟକ ରିହାନା ମଧ୍ୟ ଏହି ସ୍ଥାନରେ ପହଞ୍ଚିଛନ୍ତି।
ଅନନ୍ତ-ରାଧିକାଙ୍କ ପ୍ରି-ଓ୍ବେଡିଂ କାର୍ଯ୍ୟକ୍ରମରେ ଅରିଜିତ ସିଂ, ପ୍ରୀତମ, ବି ପ୍ରାକ, ଦିଲଜିତ ଦୋସାଞ୍ଜ, ହରିହରନ ଏବଂ ଅଜୟ-ଅତୁଲଙ୍କ ପର୍ଫମାନ୍ସ ଦେଖିବାକୁ ମିଳିବ। ଅନ୍ତର୍ଜାତୀୟ ପପ ତାରକା ରିହାନା ମଧ୍ୟ ଏହି ତାଲିକାର ଶୀର୍ଷରେ ଅଛନ୍ତି, ଯିଏ ଦୁନିଆର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ସଂଗୀତ କଳାକାରମାନଙ୍କ ମଧ୍ୟରୁ ଜଣେ। ଜାମନଗର ବିମାନବନ୍ଦରରେ ରିହାନାଙ୍କୁ ଦେଖିବାକୁ ମିଳିଥିଲା ଏବଂ ତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ରିହାନା ଏକ ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ପ୍ରଦର୍ଶନ ପାଇଁ ୧୨ କୋଟି (୧.୫ ମିଲିୟନ) ରୁ ୬୬ କୋଟି (୧୨ ମିଲିୟନ) ମଧ୍ୟରେ ଚାର୍ଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri