ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଓଡାସିଙ୍ଗି ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ରମାଦେବୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ରବିବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଥିବା ଜଣାପଡିଛି। ଦୀର୍ଘ ୧୨ ବର୍ଷ ପରେ ଗ୍ରାମରେ ମା’ଙ୍କ ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏନେଇ ଗ୍ରାମବାସୀଙ୍କ ମନରେ ଉତ୍କଣ୍ଠା ଦେଖାଦେଇଛି।

ଆସନ୍ତା ମେ ୪ ତାରିଖରୁ ୧୧ ତାରିଖ ଯାଏଁ ୮ ଦିନ ବ୍ୟାପୀ ଏହି ଯାତ୍ରା ଅନୁଷ୍ଠିତ ହେବା କାର୍ଯ୍ୟକ୍ରମ ରହିଛି। ରବିବାର ସକାଳୁ ଯାତ୍ରା କମିଟିର ସମସ୍ତ କାର୍ଯ୍ୟକର୍ତ୍ତା, ସଦସ୍ୟ ବୃନ୍ଦ ଓ ବହୁ ସଂଖ୍ୟକ ଗ୍ରାମବାସୀ ମା’ଙ୍କ ମନ୍ଦିରକୁ ଯାଇ ପୁରୋହିତଙ୍କ ଦ୍ବାରା ପୂଜାର୍ଚ୍ଚନା କରିବା ପରେ ସେଠାରୁ ଆଜ୍ଞାମାଳ ଧରି ବିରାଟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିଥିଲେ। ଏହାପରେ ମଠ ଦାଣ୍ଡରେ ଥିବା ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରଯାଇଥିଲା।

ଯାତ୍ରା ପରିଚାଳନା ପାଇଁ ୫୭ ସଦସ୍ୟଙ୍କୁ ନେଇ  କମିଟି ଗଠନ କରାଯାଇଥିବା ବେଳେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମରେ ଯାତ୍ରା କମିଟି ସଭାପତି ବାଲ ଗୋପାଳ ସାହୁ, ଉପସଭାପତି ପି . ରାମେଶ୍ଵର ପାତ୍ର , ସମ୍ପାଦକ ଜି. କ୍ଷେତ୍ର ରେଡ୍ଡୀ, କୋଷାଧ୍ୟକ୍ଷ ଶଙ୍କର ସେଠୀ, କାର୍ଯ୍ୟକର୍ତ୍ତା ସୁନୀଲ ବାଡତ୍ଯା, ଏ .ସିମା ପ୍ରମୁଖ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri