Posted inଜାତୀୟ

ରାମମନ୍ଦିରରେ ଅର୍ପଣ ହେବ ୧୧୫ ଦେଶର ପବିତ୍ର ଜଳ

ନୂଆଦିଲ୍ଲୀ, ୧୯।୯: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣରେ ଅର୍ପଣ ପାଇଁ ୭ ମହାଦେଶର ୧୧୫ଟି ଦେଶରୁ ପବିତ୍ର ଜଳ ସଂଗ୍ରହ କରାଯାଇଛି। ଏହା ବସୁଧୈବ କୁଟୁମ୍ବକମ୍‌ ବାର୍ତ୍ତାକୁ ପ୍ରତିଫଳିତ କରିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର କହିଛନ୍ତି। ରାଜନାଥ ତାଙ୍କ ଆକବର ରୋଡ୍‌ ବାସଭବନରେ ୧୧୫ ଦେଶର ନଦୀ, ଝରଣା ଓ ମହାସାଗରରୁ ଆସିଥିବା ଜଳକୁ ଗ୍ରହଣ କରିଥିଲେ। ସେଠାରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ସାଧାରଣ ସମ୍ପାଦକ ଚମ୍ପତି ରାୟ ଏବଂ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ଉଚ୍ଚାୟୁକ୍ତମାନେ ଉପସ୍ଥିତ ଥିଲେ। ଭାଜପା ନେତା ତଥା ପୂର୍ବତନ ଦିଲ୍ଲୀ ବିଧାୟକ ବିଜୟ ଜୋଲିଙ୍କ ନେତୃତ୍ୱରେ ଦିଲ୍ଲୀ ଷ୍ଟଡି ସର୍କଲ ନାମକ ଏନ୍‌ଜିଓ ଦ୍ୱାରା ଏହି ଜଳ ସଂଗ୍ରହ କରାଯାଇଛି। ଏନ୍‌ଜିଓର ଏଭଳି କାର୍ଯ୍ୟକୁ ରାଜନାଥ ପ୍ରଶଂସା କରିଥିଲେ। ରାମ ମନ୍ଦିର କାର୍ଯ୍ୟ ଶେଷ ହେବା ବେଳକୁ ଅବଶିଷ୍ଟ ୭୭ ଦେଶର ଜଳ ସଂଗ୍ରହ କରାଯାଇଥିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ। ଉକ୍ତ ଜଳରେ ରାମଲାଲାଙ୍କର ଜଳାଭିଷେକ ଉତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri