ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ

ବଲାଙ୍ଗୀର ଅଫିସ, ୪ା୧୨
ବଲାଙ୍ଗୀର ସଦର ବ୍ଳକ ବୈଦିପାଲି ପଞ୍ଚାୟତର କାଲିଝରନ୍‌ ଗଁାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୦୨୦-୨୧ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ ହୋଇ ଘର କରିସାରିଥିବା ଗଁାର ୭ ଜଣ ହିତାଧିକାରୀ ରୀନା ବଢ଼ିଆ, ଟିନା ବଢ଼ିଆ, କଇଁରୁ ବଢ଼ିଆ, ମନ୍ଦୋ ବଢ଼ିଆ, ଧନସିଂ ବଢ଼ିଆ, ସୁଶାନ୍ତ ମଲ୍ଲିକ ଓ ମଙ୍ଗୁଳା ବଗର୍ତ୍ତୀଙ୍କ ଗୃହପ୍ରବେଶ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷ ଗୋଲାପ ବାଗ, ବିଡିଓ ବାସୁଦେବ ମହାପାତ୍ର, ଏବିଡିଓ ରାମଦତ୍ତ ଭୋଇ, ବିପିସି ରାଜେଶ ଝାଙ୍କର, ଜୁନିୟର ଇଞ୍ଜିନିୟର ସଞ୍ଜୟ ସାହୁ, ନିରଞ୍ଜନ ମହାରଣା, ପିଇଓ କୃଷ୍ଣଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ନିର୍ଦ୍ଧାରିତ ସମୟରେ ଆବାସ ଯୋଜନାରୁ କିସ୍ତି ପ୍ରଦାନ, ନିର୍ମାଣ କାର୍ଯ୍ୟ ତଦାରଖ ଫଳରେ ଏହି ହିତାଧିକାରୀମାନଙ୍କ ଘର ତିଆରି ହୋଇଥିବାରୁ ସେମାନେ ପ୍ରୋତ୍ସାହନ ରାଶି ପାଇବାକୁ ଯୋଗ୍ୟ ହୋଇଥିଲେ। ସମସ୍ତ ହିତାଧିକାରୀଙ୍କୁ ଯୋଜନା ଅନୁଯାୟୀ ଘର ତିଆରି ପାଇଁ ୧ଲକ୍ଷ ୩୦ହଜାର ଲେଖାଏ ସହାୟତା ପ୍ରଦାନ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ଆଜି ବିଧାୟକ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲ: ବାଦିବାହାଲ-ନଅଗାଁ(ଖ) ମଧ୍ୟରେ ମୁକାବିଲା

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଉଦ୍ୟମ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଧାୟକ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ଶୁକ୍ରବାର ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମରେ…

ସାଇବର ଠକଙ୍କ କବ୍‌ଜାରେ ବଲାଙ୍ଗୀରର ୯୯୨ ଆକାଉଣ୍ଟ

ବଲାଙ୍ଗୀର,୧୪ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ ଏକ ଆନ୍ତଃରାଜ୍ୟ ସାଇବର ଠକେଇ ରାକେଟର ପର୍ଦ୍ଦାଫାଶ କରିଛି। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି ଶୁକ୍ରବାର ସ୍ଥାନୀୟ…

ବ୍ୟାଙ୍କ ଆକାଉଣ୍ଟ ବ୍ୟବହାର କରି ଅଭିନବ ଉପାୟରେ କରୁଥିଲେ ଠକେଇ, ୨ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବଲାଙ୍ଗୀର, ୧୩।୨ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ କୋଟି କୋଟି ଟଙ୍କାର ସାଇବର ଠକେଇର ପର୍ଦ୍ଦାଫାଶ କରିଛି। ଏ ସଂକ୍ରାନ୍ତରେ ପୋଲିସ ଦୁଇ…

ଡକାୟତି ଘଟଣାରେ ୧୦ ଗିରଫ: କାର୍‌, ବାଇକ ସହ ଜବତ ହେଲା…

ବଲାଙ୍ଗୀର, ୧୨।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚୂଡାପାଲିସ୍ଥିତ ଏକ ଅଳଙ୍କାର ଦୋକାନରୁ ଲୁଟ୍‌ ଏବଂ ଡକାୟତି ଘଟଣାରେ ବଲାଙ୍ଗୀର ପୋଲିସ ୧୦…

ଲୋଇସିଂହା ବିଧାୟକ କପ ଫୁଟବଲ: ସରିଲା ଲିଗ ପର୍ଯ୍ୟାୟ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ) ସାସ୍ଥ୍ୟ ମନ୍ତ୍ରୀଙ୍କ ଉଦ୍ୟମ କ୍ରମେ ଲୋଇସିଂହା ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ନିର୍ବାଚନ ମଣ୍ଡଳୀ ଅଧୀନ ୩ ବ୍ଲକରେ ଚାଲିଥିବା ଲିଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri