୪ଟା ଯାଏ ଗୃହମୁଲତବୀ: ଗୃହର ମଧ୍ୟଭାଗ ଦୁଇ ହାତ ହଲାଇ ବାହିନୀପତି କହିଲେ…

ଭୁବନେଶ୍ୱର,୨୧।୮: ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ ଜନଜାତିଙ୍କ ସୁରକ୍ଷା ଦାବି କରୁଥିବା ବେଳେ ବିଧାୟକମାନେ ଏହାକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଥିଲା। ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ୪ଟା ଯାଏ ଗୃହମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପକ୍ଷେ ଚିକିଟି ମଦମୃତ୍ୟୁର ଆରଡିସି ସ୍ତରୀୟ ତଦନ୍ତ ଦାବି କରିଛି ବିଜେଡି। ପୂର୍ବରୁ ହୋ ହଲ୍ଲା ହୋଇ ୧୧ଟା ଯାଏ ଗୃହମୁଲତବୀ କରିଥିଲେ ବାଚସ୍ପତି।

 

କିଛିଦିନ ବ୍ରେକ ପରେ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଆରମ୍ଭରୁ ବିରୋଧୀ କଲେଜ ନିର୍ବାଚନ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ, ଏଏସ୍‌ଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ଘଟଣା ଇତ୍ୟାଦି ପ୍ରସଙ୍ଗକୁ ନେଇ ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ହଟ୍ଟଗୋଳ କରିଥିଲେ। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଗୃହ କାର୍ଯ୍ୟ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ ଶୋକ ପ୍ରସ୍ତାବ ଆଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କହିଥିଲେ। ବିଧାନସଭାରେ ୧୦ ମିନିଟ୍‌ ଧରି ଶୋକ ପ୍ରସ୍ତାବ ଆଲୋଚନା ପରେ ୧୦ଟା ୪୦ ମିନିଟ୍‌ରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି ସମୟରେ କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି କଲେଜ ନିର୍ବାଚନ ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଆକ୍ରମଣ କରିଥିଲେ। ସେ କହିଥିଲେ, ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ କାହିଁକି କରାଯିବ ନାହିଁ। ସରକାର ଏହାର ସ୍ପଷ୍ଟୀକରଣ ଦିଅନ୍ତୁ। ଏହି ଦାବିକରି ତାରା ଓ କଂଗ୍ରେସର ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri