ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା ଗ୍ରାମର ଦିବାକର ଗୌଡ଼ ।

ଖବର ଅନୁସାରେ, ଦିବାକର ନିଜ ଘର ସମ୍ମୁଖରେ ଚାଲିଥିବା ଭୋଜିରେ ଯୋଗ ଦେବାକୁ ଯାଇଥିଲେ । ସେଠାରେ ଏକ ପ୍ଲଗ ଲଗାଇବା ସମୟରେ ବିଦ୍ୟୁତ ଝଟକା ଲାଗିଥିଲା । ବିଦ୍ୟୁତ ଆଘାତ ଏତେ ଜୋରରେ ଥିଲା ଯେ, ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।

ମୃତ ଦିବାକରଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଛତ୍ରପୁର ମେଡିକାଲରେ ପହଞ୍ଚି ମୃତ ଦିବାକରଙ୍କ ପରିବାରକୁ ସମବେଦନା ଜଣାଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri