କଡ଼ା ସୁରକ୍ଷା ମଧ୍ୟରେ ହୋମଗାର୍ଡ ପରୀକ୍ଷା; ଏମବିଏ, ବି ଟେକ ଆବେଦନକାରୀ ପରୀକ୍ଷା ଦେଉଛନ୍ତି

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ରବିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ଲିଖିତ ପରୀକ୍ଷା ଆରମ୍ଭ ହୋଇଛି। ସକାଳ ୧୦ ଟା ରୁ ୧୨ ଟା ମଧ୍ୟରେ ପରୀକ୍ଷା ହେଉଛି। ଏହା ପୁର୍ବରୁ ଆବେଦନକାରୀମାନଙ୍କୁ କଡ଼ାକଡି ଭାବେ ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ରକୁ ଛଡାଯାଉଛି। ଗଞ୍ଜାମ ପୋଲିସ ଜିଲାର ସମସ୍ତ ଥାନା ଅଞ୍ଚଳରେ ଗୋଟିଏ ଗୋଟିଏ ପରୀକ୍ଷା କେନ୍ଦ୍ର ହୋଇଛି। ପରୀକ୍ଷା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏମବିଏ, ବି ଟେକ ଆବେଦନକାରୀ ପରୀକ୍ଷା ଦେଉଛନ୍ତି।

ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ପରୀକ୍ଷା କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି। ଗଞ୍ଜାମ ପୋଲିସ ଜିଲାରେ ୧୩୫ ଟି ପଦବୀ ପାଇଁ ୭୫୦୦ ରୁ ଉର୍ଦ୍ଧ ଆବେଦନ କରିଛନ୍ତି। ଆଜି ପରୀକ୍ଷା ସରିବା ପରେ ୯ ତାରିଖରେ ଲିଖିତ ପରୀକ୍ଷାର ଫଳ ପ୍ରକାଶିତ ହେବ। ଚଳିତ ମାସ ଶେଷ ସୁଦ୍ଧା ଅନ୍ୟାନ୍ୟ ପ୍ରକ୍ରିୟା ଶେଷ କରି ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ। ଏହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ କଡ଼ା ସୁରକ୍ଷା ମଧ୍ୟରେ ପରୀକ୍ଷା ଆରମ୍ଭ ହୋଇଛି। ଥାନା ଅଧିକାରୀ ଜୀବନାନନ୍ଦ ଜେନାଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ପରୀକ୍ଷା ଚାଲିଛି। ସେହିଭଳି ଭଞ୍ଜନଗର ଏସ ଡି ପି ଓ ଡ ଦୀପକ ମିଶ୍ର, ଭଞ୍ଜନଗର
ଏ ଏସ ପି ରଞ୍ଜନ କୁମାର ଦେଓ ମଧ୍ୟ ନିଜ ଅଞ୍ଚଳରେ ଥିବା ପରୀକ୍ଷା କେନ୍ଦ୍ର ବୁଲି ସୁରକ୍ଷା ବ୍ୟବସ୍ଥା ବୁଲି ଦେଖିଥିଲେ। ୧୩୫ ଟି ପଦବୀ ମଧ୍ୟରୁ ୧୦୧ ପୁରୁଷ ଏବଂ ୩୪ ଜଣ ମହିଳା ଗୃହରକ୍ଷୀ ଚୟନ ହେବେ। ସେଥିମଧ୍ୟରୁ ସାମୁଦ୍ରିକ ଥାନା ପାଇଁ ୧୫ ଜଣ, ସାଧାରଣ ଡ୍ୟୁଟି ୫୫ ଜଣ, କମ୍ପ୍ୟୁଟର ୪୦, ଡ୍ରାଇଭର ୧୦, ରୋଷେୟା ୬, ବୈଦ୍ୟୁତିକ ମିସ୍ତ୍ରୀ ୨, ମେସ ସହାୟକ ୨ ଓ ଧୋବୀ, ବାରିକ, ଦରଜୀ, ପାଣି ପାଇପ ମିସ୍ତ୍ରୀ, ମୋଚି ପଦବୀ ପାଇଁ ଜଣେ ଲେଖାଁଏ ନିଯୁକ୍ତି ହେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ଜେଲ୍ ଗଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri