ବିବାହ ପାଇଁ ଜିଦ୍‌ ଧରିବାରୁ ମହିଳାଙ୍କୁ ମାରିଦେଲେ ହୋମଗାର୍ଡ, ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ଦେବଗଡ଼,୨୭ା୧୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନାଞ୍ଚଳରେ ଗତ ୨୧ ତାରିଖ ରାତିରେ ଜଣେ ମହିଳାଙ୍କୁ ହତ୍ୟା ଘଟଣାରେ ବୁଧବାର ପୋଲିସ ମହିଳାଙ୍କ ପ୍ରେମିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲଇମୁରା ଥାନାରେ କାର୍ଯ୍ୟରତ ଥିବା ହୋମଗାର୍ଡ କଦଳୀମୁଣ୍ଡା ଗ୍ରାମର ଶ୍ରୀକର ସୁନାନୀ(୪୩)। ଅଭିଯୁକ୍ତ ଶ୍ରୀକର ମୃତା ପ୍ରତିମାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ସ୍ବୀକାର କରିଛନ୍ତି ବୋଲି ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଅନିଲ ମିଶ୍ର ସୂଚନା ଦେଇଛନ୍ତି।
ଗ୍ରାମର କେସନ ମାଝୀଙ୍କ ଝିଅ ପ୍ରତିମା ନିକଟସ୍ଥ ଡୁରିଜଙ୍ଗଲ ଗ୍ରାମରେ ବିବାହ କରିଥିଲେ। କିନ୍ତୁ ପ୍ରତିମା କିଛି ବର୍ଷ ହେବ ତାଙ୍କ ସ୍ବାମୀଙ୍କୁ ଛାଡ଼ି ବାପା ଘରେ ଆସି ରହୁଥିଲେ। ଏହାପରେ ଲଇମୁରା ଥାନାରେ କାର୍ଯ୍ୟରତ ଥିବା ହୋମଗାର୍ଡ ଶ୍ରୀକରଙ୍କ ସହ ତାଙ୍କ ସମ୍ପର୍କ ବଢ଼ିଥିଲା। ୫ ବର୍ଷ ପୂର୍ବେ ଶ୍ରୀକରଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଫଳରେ ଶ୍ରୀକର ପ୍ରତିମାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ସମ୍ପର୍କ ରଖି ଆସୁଥିଲେ। କିନ୍ତୁ ଗତ ୫ ମାସ ପୂର୍ବେ ଶ୍ରୀକର ପ୍ରତିମାଙ୍କୁ ନ ଜଣାଇ ଅନ୍ୟ ଜଣଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଏହା ପରଠାରୁ ଉଭୟଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥିଲା। ଗତ ୨୧ ତାରିଖ ବିଳମ୍ବିତ ରାତିରେ ଶ୍ରୀକର ଫୋନ କରି ପ୍ରତିମାଙ୍କୁ ନିକଟସ୍ଥ ଜଙ୍ଗଲକୁ ଡାକି ନେଇଥିଲେ। ସେଠାରେ ଉଭୟ ମଦ୍ୟପାନ କରିବା ପରେ ପ୍ରତିମା ପୁଣିଥରେ ବିବାହ ପାଇଁ ଜିଦ୍‌ ଧରିଥିଲେ। ଫଳରେ ଶ୍ରୀକର ପ୍ରତିମାଙ୍କ ତଣ୍ଟି ଚିପି ହତ୍ୟା କରିବା ପରେ ମୃତଦେହ ଜଙ୍ଗଲରେ ଛାଡି ଫେରାର ହୋଇଯାଇଥିଲେ। ପୋଲିସ ତଦନ୍ତ ସମୟରେ ପ୍ରତିମାଙ୍କ ଫୋନ କଲକୁ ଯାଞ୍ଚ କରିବାରୁ ହୋମଗାର୍ଡ ଶ୍ରୀକରଙ୍କ ସଂପୃକ୍ତି ଥିବା ଜଣାପଡ଼ିଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଗେ ଆଗେ ଦନ୍ତା, ପଛେ ପଛେ ଲୋକେ- ବନ ବିଭାଗ କର୍ମଚାରୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ଆନନ୍ଦପୁର ୬।୬(ସୁଶାନ୍ତ କୁମାର ସାହୁ ): ଗାଁ ପରେ ଗାଁ ବୁଲୁଛି ଦନ୍ତା । ଆଗେ ଆଗେ ଦନ୍ତା ପଛେ ପଛେ ସ୍ଥାନୀୟ ଲୋକେ ଓ ବନ…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri