Posted inରାଜ୍ୟ

ହୋମଗାର୍ଡ ନିଯୁକ୍ତି: ଟଙ୍କା କାରବାର ନେଇ ପୋଲିସର କଡ଼ା ଚେତାବନୀ

ଭୁବନେଶ୍ୱର,୨୩ା୧୧: ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ ରଖିବା ପାଇଁ ଭଦ୍ରକ ପୋଲିସ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସଚେତନତା ଜାରି କରାଯାଇଛି। ସୋସିଆଲ ମିଡ଼ିଆ ମାଧ୍ୟମରେ ପୋଲିସ ଜିଲାବାସୀଙ୍କୁ କୌଣସି ଅସାଧୁ ବ୍ୟକ୍ତିଙ୍କ ମିଥ୍ୟା ପ୍ରତିଶ୍ରୁତିରେ ନ ପଡ଼ିବାକୁ କଡ଼ା ଚେତାବନୀ ଦେଇଛି।

କିଛି ଦଲାଲ କିମ୍ବା ଅସାଧୁ ବ୍ୟକ୍ତି ଟଙ୍କା ବିନିମୟରେ ହୋମଗାର୍ଡ ଚାକିରି ଯୋଗାଡ଼ କରିଦେବେ ବୋଲି ମିଥ୍ୟା ପ୍ରଚାର କରୁଥିବା ନେଇ ପୋଲିସକୁ ସୂଚନା ମିଳିଛି। ଭଦ୍ରକ ପୋଲିସ ସ୍ପଷ୍ଟ କରିଛି ଯେ ହୋମଗାର୍ଡ ନିଯୁକ୍ତି ସମ୍ପୂର୍ଣ୍ଣ ସ୍ୱଚ୍ଛତା ସହିତ କରାଯିବ। କୌଣସି ଦଲାଲ ଏହି ଚୟନ ପ୍ରକ୍ରିୟାକୁ ପ୍ରଭାବିତ କରିପାରିବେ ନାହିଁ।

ପୋଲିସ ସାଧାରଣ ଲୋକଙ୍କୁ କାହାକୁ ବି ଟଙ୍କା ନ ଦେବାକୁ ନିବେଦନ କରିଛି, କାରଣ ଏହା ଏକ ପ୍ରକାର ଦଣ୍ଡନୀୟ ଅପରାଧ। ଯଦି କେହି ଏହି ଚାକିରି ପାଇଁ ଟଙ୍କା ମାଗନ୍ତି, ତେବେ ତୁରନ୍ତ ନିକଟସ୍ଥ ଥାନା କିମ୍ବା ନିମ୍ନଲିଖିତ ଫୋନ୍ ନମ୍ବରରେ ଜଣାଇବାକୁ କୁହାଯାଇଛି:

ଫୋନ୍ ନମ୍ବର: 9438916370, 9437018644, 9438916604, 06784- 242035


Enter your email to get our daily news in your inbox.

All Right Reserved By Dharitri.Com

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri