ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍

କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର ଜିଲାରେ ହୋମଗାର୍ଡ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ଓଡିଶା ହାଇକୋର୍ଟରେ ପହଞ୍ଚିଛି।

ହୋମଗାର୍ଡ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତା ଅଭିଯୋଗକୁ ନେଇ ହାଇକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ ଗୁରୁବାର ହାଇକୋର୍ଟ ସୁବର୍ଣ୍ଣପୁର ଏସପି ଏବଂ ସମ୍ପୃକ୍ତ ଅଧିକାରୀମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି।

ସୁବର୍ଣ୍ଣପୁର ଜିଲାରେ ୯୨ଟି ହୋମଗାର୍ଡ ପଦବୀ ପାଇଁ ହୋଇଥିବା ନିଯୁକ୍ତି ପ୍ରକ୍ରିୟାରେ ସ୍ୱଚ୍ଛତା ଓ ନିୟମାବଳୀର ଉଲ୍ଲଙ୍ଘନ ହୋଇଥିବା ଦର୍ଶାଇ କୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା।

ନିର୍ଦ୍ଦିଷ୍ଟ ଥାନା ଅଞ୍ଚଳର ପ୍ରାର୍ଥୀଙ୍କ ବଦଳରେ ଅନ୍ୟ ଅଞ୍ଚଳର ବାହାର ପିଲାଙ୍କୁ ନିଯୁକ୍ତି ଦିଆଯାଇଥିବା ଅଭିଯୋଗ ହୋଇଛି। ସୁବର୍ଣ୍ଣପୁର ଥାନା ଅଧୀନରେ ଥିବା ଯୋଗ୍ୟ ସ୍ଥାନୀୟ ପ୍ରାର୍ଥୀଙ୍କୁ ଅଣଦେଖା କରି ଅନ୍ୟ ପୁଲିସ ଷ୍ଟେସନ ସୀମାର ପ୍ରାର୍ଥୀଙ୍କୁ ଅଯଥା ଗୁରୁତ୍ୱ ଦିଆଯାଇଥିବା ଆବେଦନକାରୀ ଦର୍ଶାଇଛନ୍ତି।

ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିଯୁକ୍ତି ପ୍ରକ୍ରିୟାର ବୈଧତା କୋର୍ଟଙ୍କ ଚୂଡ଼ାନ୍ତ ନିଷ୍ପତ୍ତି ଉପରେ ନିର୍ଭର କରିବ ବୋଲି ସ୍ପଷ୍ଟ କରିଛନ୍ତି। ଏଥିସହ ସମ୍ପୃକ୍ତ ଅଧିକାରୀଙ୍କୁ ନିଜର ପକ୍ଷ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ଗୁରୁତ୍ୱପୂର୍ଣ୍ଣ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଫେବୃଆରୀ ୨୩ ତାରିଖରେ ହେବ। ସେପର୍ଯ୍ୟନ୍ତ ଏହି ନିଯୁକ୍ତି ପ୍ରକ୍ରିୟାକୁ ନେଇ ଅନିଶ୍ଚିତତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri