ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ହୋମ୍‌ଗର୍ଡମାନେ ସବୁଠୁ ଅଧିକ କାମ କରିଥାନ୍ତି। ମାତ୍ର ତାଙ୍କୁ କେହି ପଚାରନ୍ତିନି। ନୂଆ ନିଯୁକ୍ତି ମଧ୍ୟ ଦିଆଯିବ। ରାଜ୍ୟରେ ୨୯୯୮ ହୋମ୍‌ଗାର୍ଡଙ୍କୁ ପୁନଃ ନିଯୁକ୍ତି ମିଳିବ। ଏଥିସହିତ କାର୍ଯ୍ୟରତ ହୋମଗାର୍ଡଙ୍କ ଦେହାନ୍ତ ହେଲେ କ୍ଷତିପୂରଣ ଦେବାକୁ ଯୋଜନା ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ମୃତ୍ୟୁ ପରେ ପରିବାରର ଜଣଙ୍କୁ ମଧ୍ୟ ଚାକିରି ମିଳିବ। ଆଉ ୧୦ଟି ଓଡ୍ରାଫ୍‌ ୟୁନିଟ୍‌ ବଢ଼ାଯିବ ବୋଲି ସେ କହିଛନ୍ତି।

ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।

ସପ୍ତାହେ ଭିତରେ ଏସ୍‌ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରତି ପୋଲିସ ପାଖରେ ବାଇକ୍‌ ରହିବ। ଥାନାରେ ୨ଟି ଜିପ୍‌ ରହିବ। ଏଥିସହିତ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri