ସଡ଼କ ସୁରକ୍ଷାରେ ନିୟୋଜିତ ହେବେ ହୋମଗାର୍ଡ

ଯାଜପୁର ଅଫିସ,୩ା୫:ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କନଷ୍ଟେବଳ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ୮୦ ଜଣ ହୋମଗାର୍ଡ ସଡକ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ। କଟକ ପରିବହନ ଆୟୁକ୍ତ(ଟ୍ରାନ୍ସପୋର୍ଟ କମିଶନର)ଙ୍କ ଏହି ପ୍ରସ୍ତାବକୁ ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ ସଚିବ କିଶୋର ଚନ୍ଦ୍ର ଦାସ ଗତ ୩୦ ତାରିଖରେ ମଞ୍ଜୁର କରିଛନ୍ତି। ଏହାସହ ହୋମଗାର୍ଡ ନିଯୁକ୍ତିରେ ହେବାକୁ ଥିବା ଖର୍ଚ୍ଚ ସଡକ ସୁରକ୍ଷା ପାଣ୍ଠିରୁ ବିନିଯୋଗ କରାଯିବ। ତେବେ ହୋମଗାର୍ଡମାନେ ସଡ଼କ ସୁରକ୍ଷା କାର୍ଯ୍ୟରେ କେତେଦୂର ଉପଯୋଗୀ ହୋଇପାରିବେ ତାହା ସାଧାରଣରେ ପ୍ରଶ୍ନବାସୀ ସୃଷ୍ଟି କରିଛି। ରାଜ୍ୟର ବିଭିନ୍ନ ଜାତୀୟ ରାଜପଥ ଏବଂ ରାସ୍ତାରେ ବେଆଇନ ପାର୍କିଂ ଥମିବାର ନଁା ଧରୁ ନାହିଁ। ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଡୁବୁରୀଠାରୁ ଗୋପବନ୍ଧୁ ଛକ ମାର୍ଗ ପର୍ଯ୍ୟନ୍ତ ଏବଂ ୨୦୦ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଛକଠାରୁ ବେଣାପୁର ଛକ ପର୍ଯ୍ୟନ୍ତ ରାସ୍ତାକୁ ଉଦାହରଣ ଭାବେ ନିଆଯାଇପାରେ। ଏହି ରାସ୍ତାର ଉଭୟ ପାର୍ଶ୍ୱରେ ବେଆଇନ ଟ୍ରକ ପାର୍କିଂ ବନ୍ଦ ହେଉନାହିଁ। ଯେତେ ଅଭିଯୋଗ କଲେ ମଧ୍ୟ କେତେଜଣ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ଅବହେଳା ଯୋଗୁ ଏଥିପାଇଁ ଦୁର୍ଘଟଣା ବଢିବାରେ ଲାଗିଛି ବୋଲି ମତପ୍ରକାଶ ପାଇଛି। ଅନ୍ୟପକ୍ଷେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀ ବିଷ୍ଣୁପଦ ସେଠୀ ଦୁର୍ଘଟଣା ଏବଂ ଦୁର୍ଘଟଣା ଜନିତ ମୃତ୍ୟୁକୁ ହ୍ରାସ କରିବାକୁ ଦୃଢ ଭାବେ ପଦକ୍ଷେପ ନେବାକୁ ରାଜ୍ୟର ସମସ୍ତ ଆରଟିଓ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶପତ୍ରରେ ସେ ରାଜ୍ୟରେ ଅବିଚଳ ଭାବେ ଦୁର୍ଘଟଣା ଜନିତ ମୃତ୍ୟୁହାର ବୃଦ୍ଧି ପାଉଛି ବୋଲି ଦର୍ଶାଇ ୨୦୧୪ରେ ୩୯୩୧ ଜଣ ଏବଂ ୨୦୨୧ରେ ୫୦୮୧ରେ ଜଣଙ୍କ ମୃତ୍ୟୁ ହୋଇଥିଲା ବୋଲି କହିଛନ୍ତି। ଅର୍ଥାତ ଏହି ୮ ବର୍ଷରେ ମୃତ୍ୟୁ ସଂଖ୍ୟା ୨୯%କୁ ବୃଦ୍ଧି ପାଇଛି ବୋଲି ସେ ଦର୍ଶାଇଛନ୍ତି। ୧୯ା୪ା୨୦୨୨ରେ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଆଲୋଚନାରେ ‘ସୁପ୍ରିମକୋର୍ଟ କମିଟି ଅନ୍‌ ରୋଡ୍‌ ସେଫଟି’ର ଅଧ୍ୟକ୍ଷ ଏନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବିଶେଷକରି ଏମ୍‌ଭି ଆକ୍ଟର ଉଲ୍ଲଂଘନକୁ ଏଥିପାଇଁ ଦାୟୀ କରାଯାଇଛି। ତେଣୁ ଏହାକୁ ରୋକିବାକୁ ଏନଫୋର୍ସମେଣ୍ଟ ଅଫିସିଆଲଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଗୋଟିଏ ଟ୍ରାଫିକ ଆଇନ ଉଲ୍ଲଂଘନ ଲୋକଙ୍କ ଜୀବନ ନେଉଛି। ତେଣୁ ଟ୍ରାଫିକ ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ କୌଣସି ସମବେଦନା ନ ଜଣାଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସଚିବ ସେଠୀ ତାଙ୍କ ପତ୍ରରେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?