ଘର ସହାୟତା ଅପେକ୍ଷାରେ ବନ୍ୟା ବିପନ୍ନ

ଗୋପ,୯।୯(ଡି.ଏନ୍‌.ଏ.): ବନ୍ୟା ଛାଡ଼ିବାର ଦୁଇ ସପ୍ତାହ ପୂରିଛି। ହେଲେ ବିପନ୍ନଙ୍କ ଦୁଃଖ ସରିନି। କେତେକଙ୍କ ଘର ବନ୍ୟା ପାଣିରେ ଭାଙ୍ଗି ଯାଇଛି। ଏପରି ଏକ ଦୁଃଖଦ ସମୟରେ ଗୋପ ବ୍ଲକ ଉପାଧ୍ୟକ୍ଷ ବନରଞ୍ଜନ ପଟ୍ଟନାୟକ ବିପନ୍ନଙ୍କ ଘର ବୁଲି ଦେଖିବା ସହ ସେମାନଙ୍କ ଦୁଃଖରେ ସାମିଲ ହୋଇଛନ୍ତି। ଏଥିସହ ସରକାର ଆବାସ ଯୋଜନା ମାଧ୍ୟମରେ ବିପନ୍ନଙ୍କୁ ତୁରନ୍ତ ଘର ଯୋଗାଇ ଦେବାକୁ ଗଣମାଧ୍ୟମ ସମ୍ମୁଖରେ ବ୍ୟକ୍ତିଗତ ଭାବେ ଦାବି କରିଛନ୍ତି। ସବୁ ବର୍ଷ ଧନୁଆ ନଦୀର ବନ୍ୟା ଦାଉରୁ ରକ୍ଷା ପାଇଁ ସରକାର ସ୍ଥାୟୀ ପ୍ରତିକାର କରନ୍ତୁ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଗୋପ ବ୍ଲକର ୫ ପଞ୍ଚାୟତ ବନ୍ୟାପ୍ଳାବିତ ପଞ୍ଚାୟତ ଭାବେ ପ୍ରତ୍ୟେକ ବର୍ଷ ଧନୁଆ, କୁଶଭଦ୍ରା ନଦୀ ବନ୍ୟାଜଳରେ ହଜାର ହଜାର ଲୋକ, ଚାଷୀ କ୍ଷତିଗ୍ରସ୍ତ ହେଉଛନ୍ତି। ଚଳିତ ବନ୍ୟାଜଳ ଯୋଗୁ କୁଶଭଦ୍ରା ନଦୀର ଖଣ୍ତିଆକୁଦ ନିକଟରେ ଏକ ୩୦ ଫୁଟ ଲମ୍ବର ଘାଇ ସୃଷ୍ଟି ହୋଇଥିଲା। ଫଳରେ ୪୧ ଗାଁର ୨୯ହଜାର ୭୮୧ ଲୋକ ଦୀର୍ଘ ଗୋଟିଏ ସପ୍ତାହ ଧରି ଜଳବନ୍ଦୀରେ ରହିଥିଲେ। ଏଥିସହ ବ୍ଲକର ୧୧ ପଞ୍ଚାୟତର ୫୨ ଗାଁର ୩ ହଜାର ୧୨୩ ହେକ୍ଟର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କୃଷି ବିଭାଗର ଅତିରିକ୍ତ କୃଷି ଅଧିକାରୀ ଚନ୍ଦ୍ରଶେଖର ଦାସ ସୂଚନା ଦେଇଥିଲେ। ଅନ୍ୟପଟେ ଉପାଧ୍ୟକ୍ଷ ପଟ୍ଟନାୟକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲି ବିପନ୍ନଙ୍କୁ ଶୁଖିଲା ଖାଦ୍ୟ, ରନ୍ଧାଖାଦ୍ୟ ଏବଂ ବିଭିନ୍ନ ସେବା ଯୋଗାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?