ଘରୋଇ ଫେସ୍‌ପ୍ୟାକ୍‌

ଖରାଦିନେ
ପ୍ରଖର ସୂର୍ଯ୍ୟକିରଣ ପ୍ରଭାବରେ ସନ୍‌ଟ୍ୟାନ୍‌ଠାରୁ
ଆରମ୍ଭ କରି ତ୍ୱଚା ସମ୍ବନ୍ଧିତ ଅନ୍ୟାନ୍ୟ ସମସ୍ୟା ବି ଦେଖାଦେଇଥାଏ। ଯାହାକୁ ଦୂର କରିବାକୁ ଅନେକେ ବିଭିନ୍ନ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରୁଥିବା ଦେଖିବାକୁ ମିଳିଥାଏ, ଯାହାକି ବ୍ୟୟ ବହୁଳ ମଧ୍ୟ। ହେଲେ ଆପଣ ଚାହିଁଲେ ଘରେ
ଉପଲବ୍ଧ ଥିବା
କେତେକ ସାମଗ୍ରୀକୁ
ଫେସ୍‌ ପ୍ୟାକ୍‌
ଭାବେ ବ୍ୟବହାର
କରି ବେଦାଗ, ଆକର୍ଷଣୀୟ ତ୍ୱଚା ପାଇପାରିବେ…

ରୋଜ୍‌ ଫେସ୍‌ପ୍ୟାକ୍‌: ୨-୩ଟି ଗୋଲାପ ଫୁଲର ପାଖୁଡାକୁ ପେଷ୍ଟ କରି ଦିଅନ୍ତୁ। ଏକ ପାତ୍ରରେ ଏକ ଚାମଚ ଏହି ପେଷ୍ଟ, ୨-୩ ଚାମଚ କଞ୍ଚା କ୍ଷୀର, ୪-୫ ବୁନ୍ଦା ମହୁ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୧୫-୨୦ ମିନିଟ୍‌ ରଖିବା ପରେ ପାଣିରେ ଧୋଇ ଦିଅନ୍ତୁ। ଏହା ତ୍ୱଚାକୁ ଉଜ୍ଜ୍ୱଳ କରିବା ସହ ବ୍ରଣ ଦାଗ ଆଦି ସମସ୍ୟା ଦୂର କରିବାରେ ସାହାଯ୍ୟ କରିବ।
ଅମୃତଭଣ୍ଡା- କଦଳୀ ଫେସ୍‌ପ୍ୟାକ୍‌: ଏକ ୨ ବଡ ଚାମଚ ପାଚିଲା ଅମୃତ ଭଣ୍ଡା ପେଷ୍ଟ, ୧ ଚାମଚ ପାଚିଲା କଦଳୀ ପେଷ୍ଟ, ୫-୭ଟି ବାଦାମର ପେଷ୍ଟ, ଅଧା ଚାମଚ ଆଲୋଭେରା ଜେଲ୍‌, ଅଳ୍ପ ମହୁକୁ ଭଲ ଭାବେ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୨୦-୨୫ ମିନିଟ୍‌ ପର୍ଯ୍ୟନ୍ତ ରଖିବା ପରେ ପାଣିରେ ଧୋଇ ଦିଅନ୍ତୁ। ଏହି ପ୍ୟାକ୍‌କୁ ସପ୍ତାହରେ ଥରେ କିମ୍ବା ଦୁଇଥର ଲଗାନ୍ତୁ ଦେଖିବେ ରିଙ୍କିଲ୍‌ ମାର୍କ, କଳାଦାଗ, ଛାଇ ପଡିବା ଭଳି ଦାଗ ଆଦି ଦୂର ହୋଇଯିବ।
କମଳା ଚୋପା ପାଉଡର ଓ ଆଲୋଭେରା ଜେଲ୍‌ ପ୍ୟାକ୍‌: ଏକ ପାତ୍ରରେ ଏକ ଚାମଚ କମଳା ଚୋପା ପାଉଡର, ଅଧା ଚାମଚ ଆଲୋଭେରା ଜେଲ ଏବଂ ଅଳ୍ପ ମୁଲତାନୀ ମାଟି ନେଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୧୦-୧୫ ମିନିଟ୍‌ ରଖିବା ପରେ ପାଣିରେ ଧୋଇ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri