Posted inଜାତୀୟ

ଚମ୍ପାରନରେ ଶାହାଙ୍କ ରଣହୁଙ୍କାର: ଜଙ୍ଗଲରାଜଙ୍କ ସହ ମିଶିଗଲେ ନୀତୀଶ

ପାଟନା,୨୫।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ବିହାରର ଚମ୍ପାରନରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ କରି ରଣହୁଙ୍କାର ଦେଇଛନ୍ତି। ଶାହା କହିଛନ୍ତି, କ୍ଷମତା ପାଇଁ ନୀତୀଶ କୁମାର ଜଙ୍ଗଲରାଜଙ୍କ ଲୋକଙ୍କ ସହ ମିଶିିଯାଇଛନ୍ତି।  ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ କରିବାର ଆମର ସ୍ବପ୍ନ ଥିଲା, କରାଗଲା ମଧ୍ୟ। କିନ୍ତୁ ନୀତୀଶବାବୁ ପ୍ରତି ୩ବର୍ଷରେ ପ୍ରଧାନମନ୍ତ୍ରୀ ହେବାର ସ୍ବପ୍ନ ଦେଖନ୍ତି। ଏହା ଆପଣ ସମସ୍ତେ ଜାଣିଛନ୍ତି। ତେବେ ନୀତୀଶଙ୍କ ପାଇଁ ଭାଜପାର ଦ୍ୱାର ସବୁଦିନ ପାଇଁ ବନ୍ଦ ବୋଲି ଶାହା କହିଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, କ୍ଷମତା ପାଇଁ ନୀତୀଶ କୁମାର ଲାଲୁ ପ୍ରସାଦଙ୍କ କୋଳରେ ବସିପଡ଼ିଲେ ଏବଂ ସୋନିଆ ଗାନ୍ଧୀଙ୍କ ପାଦତଳେ ଶୋଇପଡ଼ିଲେ। ନୀତୀଶ ବାବୁ ପ୍ରଧାନମନ୍ତ୍ରୀ ହେବା ପାଇଁ ଜଣେ ବିକାଶବାଦୀରୁ ଏକ ସୁବିଧାବାଦୀ ହୋଇଗଲେ। କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ସ୍ଥାନ ଖାଲି ନାହିଁ। କେବଳ ମୋଦି ହିଁ ୨୦୨୪ରେ ଆସି ବୋଲିବେ କହି ଶାହା ନୀତୀଶଙ୍କ ଉପରେ ବର୍ଷିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri