Posted inଜାତୀୟ

ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ସାସାରାମ କାର୍ଯ୍ୟକ୍ରମ ବାତିଲ

ପାଟନା,୧।୪: ବିହାରର ସାସାରାମ ଏବଂ ନାଳନ୍ଦାରେ ଶୁକ୍ରବାର ଅପରାହ୍ନରେ ରାମ ନବମୀ ଶୋଭାଯାତ୍ରର ସମୟରେ ସଂଘର୍ଷ ଘଟିଥିଲା। ଫଳରେ ସ୍ଥାନୀୟ ଦୁର୍ଘଟଣା ଯୋଗୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଉକ୍ତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଧାରା ୧୧ ଲାଗୁ କରାଯାଇଛି। ଯେଉଁଥିପାଇଁ ସ୍ଥାନୀୟ ପ୍ରଶାସନ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଗସ୍ତକୁ ଅନୁମୋଦନ ଦେଇନାହିଁ। ବର୍ତ୍ତମାନ ଅମିତ ଶାହା କେବଳ ନୱାଡା କାର୍ଯ୍ୟକ୍ରମରେ ହିଁ ଯୋଗଦେବେ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ସମ୍ରାଟ ଅଶୋକଙ୍କ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ରୋହତାସ ସ୍ଥିତ ସାସରାମ ଯିବାକୁ ଥିଲା। ଅନ୍ୟପଟେ ରବିବାର ଅପରାହ୍ନ ୨ଟାରେ ସେ ନୱାଡାର ହିସୁଆଠାରେ ଏକ ରାଲିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏତଦ୍‌ ବ୍ୟତୀତ ତାଙ୍କୁ ପାଟନାର ଦିଗାଠାରେ ଏସ୍‌ଏସ୍‌ବିର ବିଭିନ୍ନ ଉଦ୍‌ଘାଟନ ତଥା ଶିଳାନ୍ୟାସ କାର୍ଯ୍ୟକ୍ରମରେ ମଧ୍ୟ ସେ ଅଂଶଗ୍ରହଣ କରିବେ। ଅନ୍ୟପଟେ ନାଳନ୍ଦାର ବିହାରଶରିଫ ଏବଂ ରୋହତସର ସାସରାମରେ ପରିସ୍ଥିତି ସମ୍ପୂର୍ଣ୍ଣ ସ୍ବାଭାବିକ ଏବଂ ନିୟନ୍ତ୍ରଣରେ ରହିଛି ବୋଲି ବିହାର ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri