ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାରେ ନିର୍ମିତ ୨ଜି ଇଥାନଲ ପ୍ଲାଣ୍ଟ ଉଦଘାଟନ ସହିତ ସାଧାରଣ ସଭାରେ ଉଦବୋଧନ ଦେବେ। ତେବେ ଶାହାଙ୍କ ଗସ୍ତ ପୂର୍ବରୁ ପୋଲିସ୍, ପ୍ରଶାସନ୍ ତତ୍ପରତା ପରିଲକ୍ଷିତ ହୋଇଛି। ମଙ୍ଗଳବାର ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କ ସମେତ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ, ବରଗଡ଼ ଏସପି ରବିନ୍ଦ୍ରନାଥ ଶତପଥୀ, ସୋନପୁର ଏସପି ନାରାୟଣ ନାୟକ ପ୍ରମୁଖ ଇଥାନଲ ପ୍ଲାଣ୍ଟ ପହଞ୍ଚି ପାରିପାର୍ଶ୍ବିକ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ସହିତ ସାଧାରଣ ସଭା ସକାଶେ ସ୍ଥାନ ନିରୂପଣ ପାଇଁ ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ।

