Posted inରାଜ୍ୟ

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା ମୁଣ୍ଡଳୀସ୍ଥିତ କେନ୍ଦ୍ରୀୟ ସଂରକ୍ଷିତ ପୋଲିସ ବଳ (CRPF) କ୍ୟାମ୍ପସରେ ଆୟୋଜିତ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

ମୁଣ୍ଡଳୀ CRPF ପ୍ୟାରେଡ୍ ଗ୍ରାଉଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଗୃହମନ୍ତ୍ରୀ ସାମିଲ ହୋଇ ଯବାନମାନଙ୍କୁ ସମ୍ବୋଧିତ କରିବେ। ଓଡ଼ିଶାରେ ଚାଲିଥିବା ମାଓ ବିରୋଧୀ ଅଭିଯାନର ସଫଳତା ଏବଂ CRPF ଯବାନଙ୍କ ନିୟୋଜନ ସମ୍ପର୍କରେ ଶାହା ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିପାରନ୍ତି। ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶକୁ ନକ୍ସଲ ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ରଖିଥିବା ଲକ୍ଷ୍ୟ ଉପରେ ଏଠାରେ ଆଲୋଚନା ହୋଇପାରେ। ରାଜ୍ୟରେ ଭାରତୀୟ ନ୍ୟାୟ ସଂହିତାର ପ୍ରୟୋଗ ଏବଂ ଏହାର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବାର ସମ୍ଭାବନା ରହିଛି।

୨୦୨୬ ବର୍ଷରେ ଅମିତ ଶାହଙ୍କର ଏହା ପ୍ରଥମ ଓଡ଼ିଶା ଗସ୍ତ। ଗୃହମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକ ଓ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri