Posted inଜାତୀୟ

ରାହୁଲ ଗାନ୍ଧୀ ବିଦେଶକୁ ଯାଇ ପ୍ରଧାନମନ୍ତ୍ରୀଙ୍କୁ ଅପମାନିତ କରୁଛନ୍ତି: ଅନିଲ ବିଜ୍‌

ନୂଆଦିଲ୍ଲୀ,୩୧।୫: ହରିୟାଣାର ସ୍ବାସ୍ଥ୍ୟ ଏବଂ ଗୃହମନ୍ତ୍ରୀ ଅନିଲ ବିଜ୍‌ ପୁଣିଥରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଅନିଲ ବଜେ ଟୁଇଟ୍‌ କରି ଲେଖିଛନ୍ତି, ଦେଶର ନେତାମାନେ ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରୁଥିବା ବେଳେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ବିଦେଶକୁ ଯାଇ ଅପମାନିତ କରୁଛନ୍ତି। ପ୍ରତ୍ୟେକ ଭାରତୀୟ ଏପରି ନେତାଙ୍କୁ ବହିଷ୍କାର କରିବା ଉଚିିତ୍‌।

ଗୃହମନ୍ତ୍ରୀ ଅନିଲ ବିଜ୍‌ ଏହା ପୂର୍ବରୁ ମଧ୍ୟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଥିଲେ। କଂଗ୍ରେସ ଦ୍ୱାରା ଆଦାନୀଙ୍କୁ ବିରୋଧ ଉପରେ ସେ ରାହୁଲ ଗାନ୍ଧୀଙ୍କୁ ‘ଅଦାନିଆ ଜ୍ୱରରେ ପୀଡିତ’ ବୋଲି କହିଥିଲେ। ସେ କହିଥିଲେ ଯେ ଯଦି ରାହୁଲ ଗାନ୍ଧୀ ଏତେ ବୁଦ୍ଧିମାନ, ତେବେ ଆଦାନୀ କ’ଣ କରିଛନ୍ତି କୁହନ୍ତୁ? ସେମାନେ ଦିନସାରା ଆଦାନୀ ବିଷୟରେ କଥାବାର୍ତ୍ତା କରନ୍ତି, ସେମାନଙ୍କୁ ଅଦାନିଆ ଜ୍ୱର ହୋଇଛି। ଏହା ବ୍ୟତୀତ ସେ କହିଥିଲେ ଯେ ଯଦି ରାହୁଲ ଗାନ୍ଧୀ ଲଣ୍ଡନରେ ଦେଇଥିବା ବିବୃତ୍ତି ପାଇଁ କ୍ଷମା ମାଗନ୍ତି ନାହିଁ, ତେବେ ଭାରତର ଦେଶପ୍ରେମୀମାନେ କଂଗ୍ରେସ ନେତା ତଥା ତାଙ୍କ ଦଳକୁ ବହିଷ୍କାର କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri