Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଜମ୍ମୁ-କଶ୍ମୀରରୁ ପ୍ରତ୍ୟାହାର ହେବେ ୧୦ ହଜାର ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୧୯।୮: କେନ୍ଦ୍ର ସରକାର କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରୁ ଅର୍ଦ୍ଧସୈନିକ ବଳର ପ୍ରାୟ ୧୦ ହଜାର ଯବାନଙ୍କୁ ତୁରନ୍ତ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବୁଧବାର ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଘାଟିରେ ମୁତୟନ ହୋଇଥିବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ(ସିଏପିଏଫ୍‌)ର ସମୀକ୍ଷା ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ନେଇଛନ୍ତି। ସିଏପିଏଫ୍‌ର ମୋଟ ୧୦୦ କମ୍ପାନୀକୁ ଘାଟିରୁ ତୁରନ୍ତ ପ୍ରତ୍ୟାହର କରାଯିବ ଏବଂ ଦେଶର ଅନ୍ୟ ସ୍ଥାନରେ ସେମାନଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଚଳିତ ସପ୍ତାହ ସୁଦ୍ଧା ସିଏପିଏଫର ମୋଟ ୪୦ କମ୍ପାନୀ ଏବଂ ସିଆଇଏସଏଫ, ବିଏସଏଫ ଓ ସଶସ୍ତ୍ର ସୀମା ବଳର ୨୦ କମ୍ପାନୀକୁ ପ୍ରତ୍ୟାହାର କରାଯିବ। ଗୋଟିଏ ସିଏପିଏଫ କମ୍ପାନୀରେ ପାଖାପାଖି ୧୦୦ ଯବାନ ରହିଥାନ୍ତି। ସୂଚନାଯୋଗ୍ୟ, ଗତ ବର୍ଷ ଅଗଷ୍ଟରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ସମୟରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ଅର୍ଦ୍ଧସୈନିକ ବଳ ଯବାନଙ୍କୁ ଜମ୍ମୁ-କଶ୍ମୀର ଉପତ୍ୟକାରେ ନିୟୋଜିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?