ସୌନ୍ଦର୍ଯ୍ୟ ପାଇଁ ଘରୋଇ ଉପଚାର

କେତେକଙ୍କର ମୁହଁରେ ଅନାବଶ୍ୟକ ସ୍ଥାନରେ ଲୋମ ଉଠିଥାଏ। ମୁହଁକୁ ସୁନ୍ଦର କରିବା ପାଇଁ ଏହି ଅନାବଶ୍ୟକ ଲୋମକୁ ସଫା କରିବାକୁ ସମସ୍ତେ ପାର୍ଲର ଯାଇଥାନ୍ତି । ଏହି ଲୋମକୁ ସଫା କରିବା ପାଇଁ ବିଭିନ୍ନ ଘରୋଇ ଉପାୟ ସମ୍ପର୍କରେ ଜାଣି ରଖନ୍ତୁ…
ଓଟ୍‌ସ ସ୍କ୍ରବ:ଏକ ପାଚିଲା କଦଳୀକୁ ଭଲଭାବେ ଚକଟି ସେଥିରେ ଦୁଇ ବଡ଼ ଚାମଚ ଓଟ୍‌ସ ମିଶାନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ପ୍ରାୟ ୨୦ ମିନିଟ୍‌ ପରେ ପାଣିରେ ଭଲଭାବେ ଧୋଇ ଦିଅନ୍ତୁ।
ଅଟା ମାସ୍କ: ଏକ ଚାମଚ ଦଳଦୀ ଗୁଣ୍ଡ, ଏକ ଚାମଚ କ୍ରିମ୍‌, ଅଧା କପ୍‌ କ୍ଷୀର, ଅଧା କପ୍‌ ଛୋଲେରୁ ତିଆରି ହୋଇଥିବା ଅଟା ମିଶାନ୍ତୁ। ଏହି ମିଶ୍ରଣକୁ ମୁହଁରେ ଲଗାଇ ଅଧଘଣ୍ଟା ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ। ମିଶ୍ରଣ ଭଲଭାବେ ଶୁଖିଗଲା ପରେ ଲୋମ ଉଠିବାର ବିପରୀତ ଦିଗରେ ମୁହଁକୁ ଘଷି ସାମାନ୍ୟ ଉଷୁମ ପାଣିରେ ମୁହଁ ଧୋଇ ଦିଅନ୍ତୁ।
ଅଣ୍ଡା ମାସ୍କ: ଅଣ୍ଡାରେ ଏକ ଚାମଚ ଚିନି ସହିତ ଅଧା ଚାମଚ କନ୍‌ଷ୍ଟାର୍ଚ ମିଶାଇ ଗାଢ଼ା ପେଷ୍ଟ କରନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ଶୁଖିବା ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ। ଏହାପରେ ଧୀରେ ଧୀରେ ହାତରେ ଘଷି ଛଡ଼ାନ୍ତୁ ଓ ଉଷୁମ ପାଣିରେ ମୁହଁ ଧୋଇ ଦିଅନ୍ତୁ। ସପ୍ତାହକୁ ଦୁଇରୁ ତିନି ଥର ଏପରି କରନ୍ତୁ।
ଅମୃତଭଣ୍ଡା ମାସ୍କ: ଅଳ୍ପ ପାଚିଲା ଅମୃତଭଣ୍ଡାକୁ ପେଷ୍ଟ କରି ସେଥିରେ ହଳଦୀ ଗୁଣ୍ଡ ଓ ତିନି ବଡ଼ ଚାମଚ ଆଲୋଭେରା ଜେଲ୍‌ ମିଶାଇ ଭଲଭାବେ ଗୋଳାନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ୨୦ ମିନିଟ୍‌ ଛାଡ଼ି ଦିଅନ୍ତୁ। ଏହାପରେ ମୁହଁର ବିପରୀତ ଦିଗରେ ଘଷି ଉଷୁମ ପାଣିରେ ଧୋଇ ଦିଅନ୍ତୁ।
ଯଅ ମାସ୍କ: ଯଅ ଗୁଣ୍ଡରେ ଏକ ଚାମଚ କ୍ଷୀର ଓ ଲେମ୍ବୁ ରସ ମିଶାନ୍ତୁ। ଏହାକୁ ମୁହଁରେ ଲଗାଇ ଶୁଖିବା ପରେ ଉଷୁମ ପାଣିରେ ଧୋଇ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri