ତ୍ୱଚାର ଘରୋଇ ଉପଚାର

ବିୟୁଟି ପାର୍ଲର ଯାଇ ମହିଳାମାନେ ନିଜ ନିଜର ବିୟୁଟି ଟ୍ରିଟମେଣ୍ଟ କରାଇଥାନ୍ତି। କିନ୍ତୁ ପାର୍ଲରକୁ ନ ଯାଇ ବିଭିନ୍ନ ଘରୋଇ ସାମଗ୍ରୀ ବ୍ୟବହାର କରି ଆପଣ ନିଜର ବିୟୁଟି ଟ୍ରିଟମେଣ୍ଟ କରିପାରିବେ। ଏଥିପାଇଁ କ’ଣ କରିବେ ଜାଣି ରଖନ୍ତୁ…

ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି କରିବାକୁ ଚାହୁଁଥିଲେ ଆଳୁକୁ ବାଟି ତା’ର ରସ ବାହାର କରି ମୁହଁରେ ଲଗାନ୍ତୁ। କିଛି ସମୟ ରହିବା ପରେ ଟିସୁ ପେପରରେ ପୋଛି ତା’ପରେ ଧୋଇ ଦିଅନ୍ତୁ।
ମୁହଁରେ ଯଦି ବ୍ରଣ ସମସ୍ୟା ଥାଏ ଓ ତ୍ୱଚାରେ କୁଞ୍ଚନ ପଡ଼ି ଆସୁଥାଏ ତେବେ ତୁଳସୀ ପତ୍ରକୁ ବାଟି ମୁହଁରେ ଲଗାନ୍ତୁ। ଲଗାତର ଏହାର ବ୍ୟବହାର କରିବା ଫଳରେ ତ୍ୱଚାର ସମସ୍ତ ପ୍ରକାରର ଦାଗ ଦୂର ହେବା ସହ ଅନ୍ୟ ସମସ୍ୟା ବି ଦୂର ହେବ।
ପାଚିଲା ଅମୃତଭଣ୍ଡାକୁ ମୁହଁରେ ଲଗାଇ ଭଲଭାବରେ ଘଷନ୍ତୁ। ଲଗାତର କିଛି ସମୟ ଏପରି କରିବା ଫଳରେ ମୁହଁରେ ଥିବା ସମସ୍ତ ପ୍ରକାରର ମଇଳା ସଫା ହୋଇଥାଏ ଏବଂ ସମସ୍ତ ଦାଗ ମଧ୍ୟ କିଛିଦିନ ପରେ ଚାଲି ଯାଇଥାଏ। ଏପରି କରିବା ଫଳରେ ତ୍ୱଚା ଅଧିକ ଉଜ୍ଜ୍ୱଳ ଦେଖାଯାଏ ଓ କୋମଳ ମଧ୍ୟ ହୋଇଥାଏ।
ଚନ୍ଦନ ପାଉଡରକୁ ଗୋଲାପ ଜଳରେ ମିଶାଇ ଫେସ୍‌ ପ୍ୟାକ୍‌ ତିଆରି କରି ମୁହଁରେ ଲଗାନ୍ତୁ। ଶୁଖିଯିବା ପରେ ପାଣିରେ ଧୋଇ ଦିଅନ୍ତୁ। ଏପରି କରିବା ଫଳରେ ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି ପାଇବ।
ତ୍ୱଚାରେ ଯଦି ବୟସର ଛାପ ଦେଖାଗଲାଣି ତେବେ ଆଳୁର ପେଷ୍ଟ କରି ସେଥିରେ ଅଣ୍ଡାର ଧଳା ଅଂଶ ମିଶାଇ ପ୍ୟାକ୍‌ ତିଆରି କରି ମୁହଁ ଏବଂ ବେକରେ ଲଗାନ୍ତୁ।
ଆଳୁକୁ ବାଟି ସେଥିରେ ହଳଦୀ ମିଶାଇ ଲଗାଇଲେ ତ୍ୱଚାର ଉଜ୍ଜ୍ୱଳତା ବଢିବ।
ବ୍ରଣ ସମସ୍ୟାରୁ ମୁକ୍ତି ପାଇଁ ଆଳୁକୁ ବାଟି ସେଥିରେ ଅଳ୍ପ ମୁଲତାନୀ ମାଟି ଏବଂ ଗୋଲାପ ଜଳ ମିଶାଇ ଫେସ୍‌ ପ୍ୟାକ୍‌ କରି ଲଗାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?