ଗୃହ ସଚିବ, ଡିଜିପି, ଏସ୍‌ପିଙ୍କୁ ଜବାବ ତଲବ

ଯାଜପୁର ଅଫିସ,୧୬।୪: ସୂଚନା କର୍ମୀ ତଥା ଭାଜପା ନେତା ସର୍ବେଶ୍ୱର ବେହୁରାଙ୍କ ଉପରକୁ ବୋମା ମାଡ଼ ହୋଇଥିଲା। ଏହି ଘଟଣାକୁ ନେଇ ଲୋକାୟୁକ୍ତରେ ଏକ ମାମଲା (ନଂ.୨୫୫/୨୦୨୧)ରୁଜୁ ହୋଇଛି। ଏହି କ୍ରମରେ ତା.୧୨ା୪ା୨୦୨୧ରେ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଭ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶରେ ଦର୍ଶାଯାଇଛି, ଏହି ଘଟଣାରେ ରାଜନୈତିକ ପ୍ରଭାବଶାଳୀ ବ୍ୟକ୍ତି ଏବଂ ଖଣି ମାଫିଆମାନେ ସମ୍ପୃକ୍ତ ଥିବାରୁ ପୋଲିସ ଦ୍ୱାରା ଉପଯୁକ୍ତ ଅନୁସନ୍ଧାନ ଏବଂ ଗିରଫଦାରି ହେଉନାହିଁ। ଏହି ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ସଚିବ, ଡିଜିପି, ଯାଜପୁର ଏସ୍‌ପି, ଧର୍ମଶାଳା ଥାନା ଆଇଆଇସିଙ୍କୁ ଜବାବ ତଲବ କରାଯାଇଛି। ଏନେଇ ୩ ସପ୍ତାହ ମଧ୍ୟରେ ରେଜିଷ୍ଟଡ୍‌ ପୋଷ୍ଟ ଓ ଏଡି ଜରିଆରେ ଜବାବ ଦାଖଲ କରିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ତା୨୭ା୩ା୨୦୨୧ରିଖ ରାତି ପ୍ରାୟ ୯ଟାରେ ଯାଜପୁର ଜିଲା ଧର୍ମଶାଳା ଥାନା ଇମାମନଗରଠାରେ ସର୍ବେଶ୍ୱର ଓ ତାଙ୍କ ୨ ସାଙ୍ଗଙ୍କ ଉପରକୁ ବୋମା ମାଡ ହୋଇଥିଲା। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମର ଶିବାନୀ ବେହେରା(୧୯), ଯାଜପୁର ଜିଲା ବଡଚଣା ଥାନା ଅନ୍ତର୍ଗତ କୁଆଁରପୁର ଗ୍ରାମର ଶମ୍ଭୁନାଥ ନାୟକ(୩୨) ଓ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଷଣ୍ଢପଷି ପାଟଣା ଗ୍ରାମର କାଳିଆ ଦାସ(୨୮) । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବେହୁରାଙ୍କ ଉପରେ ୪ଟି ବୋମା ମାଡ ହୋଇଥିଲା। ଧର୍ମଶାଳା ତହସିଲ ଅଞ୍ଚଳରେ ବେଆଇନ କଳାପଥର ଉତ୍ତୋଳନ କାରବାର ଉପରେ ବେହୁରା ବିଭିନ୍ନସ୍ତରରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ମଧ୍ୟ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାରମ୍ବାର ବେଆଇନ କାରବାର ଉପରେ ହସ୍ତକ୍ଷେପ କରୁଥିବା ବେହୁରାଙ୍କୁ ଜୀବନରେ ମାରି ଦେବାକୁ ଅଭିଯୁକ୍ତମାନେ ଯୋଜନା କରିଥିଲେ। ଡଙ୍କାରୀରେ କଳାପଥର ଉତ୍ତୋଳନ କରୁଥିବା ଜଣେ ପଥର ବ୍ୟବସାୟୀଙ୍କ ପ୍ରରୋଚନାରେ ବୋମାମାଡ ଯୋଜନା ହୋଇଥିଲା। ତେବେ ପୂର୍ବରୁ ଡଙ୍କାରୀ ଆର୍‌ଆଇଙ୍କ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ପତ୍ରସଂଖ୍ୟା ୪୩୦୨ରେ ଜେନାପୁର ଥାନା ଆଇଆଇସିଙ୍କୁ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ତାହା କାର୍ଯ୍ୟକାରୀ ନ ହେବାରୁ ଉପରୋକ୍ତ ଅଭିଯୁକ୍ତମାନଙ୍କ ମଧ୍ୟରୁ ଜଣଙ୍କ ନିର୍ଦ୍ଦେଶରେ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ତେବେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଅନ୍ୟମାନଙ୍କୁ ଏଯାଏ ପୋଲିସ ଗିରଫ କରି ପାରି ନ ଥିବାରୁ ସୂଚନା କର୍ମୀ ବେହୁରା ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri