ଗୃହ ସଚିବ, ଡିଜିପି, ଏସ୍‌ପିଙ୍କୁ ଜବାବ ତଲବ

ଯାଜପୁର ଅଫିସ,୧୬।୪: ସୂଚନା କର୍ମୀ ତଥା ଭାଜପା ନେତା ସର୍ବେଶ୍ୱର ବେହୁରାଙ୍କ ଉପରକୁ ବୋମା ମାଡ଼ ହୋଇଥିଲା। ଏହି ଘଟଣାକୁ ନେଇ ଲୋକାୟୁକ୍ତରେ ଏକ ମାମଲା (ନଂ.୨୫୫/୨୦୨୧)ରୁଜୁ ହୋଇଛି। ଏହି କ୍ରମରେ ତା.୧୨ା୪ା୨୦୨୧ରେ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଭ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶରେ ଦର୍ଶାଯାଇଛି, ଏହି ଘଟଣାରେ ରାଜନୈତିକ ପ୍ରଭାବଶାଳୀ ବ୍ୟକ୍ତି ଏବଂ ଖଣି ମାଫିଆମାନେ ସମ୍ପୃକ୍ତ ଥିବାରୁ ପୋଲିସ ଦ୍ୱାରା ଉପଯୁକ୍ତ ଅନୁସନ୍ଧାନ ଏବଂ ଗିରଫଦାରି ହେଉନାହିଁ। ଏହି ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ସଚିବ, ଡିଜିପି, ଯାଜପୁର ଏସ୍‌ପି, ଧର୍ମଶାଳା ଥାନା ଆଇଆଇସିଙ୍କୁ ଜବାବ ତଲବ କରାଯାଇଛି। ଏନେଇ ୩ ସପ୍ତାହ ମଧ୍ୟରେ ରେଜିଷ୍ଟଡ୍‌ ପୋଷ୍ଟ ଓ ଏଡି ଜରିଆରେ ଜବାବ ଦାଖଲ କରିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ତା୨୭ା୩ା୨୦୨୧ରିଖ ରାତି ପ୍ରାୟ ୯ଟାରେ ଯାଜପୁର ଜିଲା ଧର୍ମଶାଳା ଥାନା ଇମାମନଗରଠାରେ ସର୍ବେଶ୍ୱର ଓ ତାଙ୍କ ୨ ସାଙ୍ଗଙ୍କ ଉପରକୁ ବୋମା ମାଡ ହୋଇଥିଲା। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମର ଶିବାନୀ ବେହେରା(୧୯), ଯାଜପୁର ଜିଲା ବଡଚଣା ଥାନା ଅନ୍ତର୍ଗତ କୁଆଁରପୁର ଗ୍ରାମର ଶମ୍ଭୁନାଥ ନାୟକ(୩୨) ଓ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଷଣ୍ଢପଷି ପାଟଣା ଗ୍ରାମର କାଳିଆ ଦାସ(୨୮) । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବେହୁରାଙ୍କ ଉପରେ ୪ଟି ବୋମା ମାଡ ହୋଇଥିଲା। ଧର୍ମଶାଳା ତହସିଲ ଅଞ୍ଚଳରେ ବେଆଇନ କଳାପଥର ଉତ୍ତୋଳନ କାରବାର ଉପରେ ବେହୁରା ବିଭିନ୍ନସ୍ତରରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ମଧ୍ୟ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାରମ୍ବାର ବେଆଇନ କାରବାର ଉପରେ ହସ୍ତକ୍ଷେପ କରୁଥିବା ବେହୁରାଙ୍କୁ ଜୀବନରେ ମାରି ଦେବାକୁ ଅଭିଯୁକ୍ତମାନେ ଯୋଜନା କରିଥିଲେ। ଡଙ୍କାରୀରେ କଳାପଥର ଉତ୍ତୋଳନ କରୁଥିବା ଜଣେ ପଥର ବ୍ୟବସାୟୀଙ୍କ ପ୍ରରୋଚନାରେ ବୋମାମାଡ ଯୋଜନା ହୋଇଥିଲା। ତେବେ ପୂର୍ବରୁ ଡଙ୍କାରୀ ଆର୍‌ଆଇଙ୍କ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ପତ୍ରସଂଖ୍ୟା ୪୩୦୨ରେ ଜେନାପୁର ଥାନା ଆଇଆଇସିଙ୍କୁ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ତାହା କାର୍ଯ୍ୟକାରୀ ନ ହେବାରୁ ଉପରୋକ୍ତ ଅଭିଯୁକ୍ତମାନଙ୍କ ମଧ୍ୟରୁ ଜଣଙ୍କ ନିର୍ଦ୍ଦେଶରେ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ତେବେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଅନ୍ୟମାନଙ୍କୁ ଏଯାଏ ପୋଲିସ ଗିରଫ କରି ପାରି ନ ଥିବାରୁ ସୂଚନା କର୍ମୀ ବେହୁରା ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri