‘ହୋମବାଉଣ୍ଡ’: ୨ ବାଲ୍ୟ ବନ୍ଧୁଙ୍କ କାହାଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା କରନ ଜୋହରଙ୍କ ଆଗାମୀ ଫିଲ୍ମ ‘ହୋମବାଉଣ୍ଡ’ର ପ୍ରଥମ ପୋଷ୍ଟରକୁ ଗୁରୁବାର ଜାରି କରାଯାଇଛି। କରନଙ୍କ ଧର୍ମା ପ୍ରଡକ୍ସନ ପକ୍ଷରୁ ଫିଲ୍ମର ପୋଷ୍ଟର ରିଲିଜ୍‌ ହୋଇଛି। ଉକ୍ତ ପୋଷ୍ଟରରେ ଅଭିନେତା ଇଶାନ ଖଟ୍ଟରଙ୍କ କାନ୍ଧରେ ଅଭିନେତା ବିଶାଲ ଜେଠଓ୍ବା ଖୁସିରେ ଝୁଲୁଥିବାର ଦେଖିବାକୁ ମିଳିଛି। ଏହାସହ ଫିଲ୍ମରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ମଧ୍ୟ ଦେଖିବାକୁ ମିଳିବ ବୋଲି ଏହି ପୋଷ୍ଟରରେ ସୂଚନା ଦିଆଯାଇଛି। ଧର୍ମା ପ୍ରଡକ୍ସନ ପକ୍ଷରୁ କରାଯାଇଥିବା ଏହି ପୋଷ୍ଟର କ୍ୟାପ୍‌ଶନ୍‌ରେ ଲେଖାଯାଇଛି, ଆସନ୍ତା ୨୧ ତାରିଖରେ ପ୍ରସିଦ୍ଧ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ନୀରଜ ଘାୟଓ୍ବାନଙ୍କ ନିର୍ଦ୍ଦେଶିତ ‘ହୋମବାଉଣ୍ଡ’କୁ ପ୍ରଦର୍ଶିତ କରାଯିବ। ଏହି ଫିଲ୍ମରେ ଉତ୍ତର ଭାରତର ଏକ ଛୋଟ ଗ୍ରାମରେ ପୋଲିସ ଅଫିସର ହେବାକୁ ସ୍ବପ୍ନ ଦେଖୁଥିବା ୨ ବାଲ୍ୟ ବନ୍ଧୁଙ୍କର କାହାଣୀକୁ ଦେଖିବାକୁ ମିଳିବ। ତେବେ ପୋଲିସ ଅଫିସର ଭାବେ ସ୍ଥାନୀୟ ଲୋକଙ୍କଠାରୁ ସମ୍ମାନ ପାଇବାର ସ୍ବପ୍ନ ଦେଖୁଥିବା ଏହି ୨ ବାଳକ ସମୟ କ୍ରମେ ବଡ଼ ହେବା ସହ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଫଳରେ ଉଭୟଙ୍କ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଥାଏ। ଏହି ଫିଲ୍ମରେ ଯୁବପିଢ଼ିଙ୍କ ଆଶା, ମହତ୍ତ୍ୱକାଂକ୍ଷା ଏବଂ ଭାଙ୍ଗିଯାଇଥିବା ବନ୍ଧୁତାର ଭାବନାକୁ ଭଲ ଭାବେ ଚିତ୍ରଣ କରାଯାଇଛି ବୋଲି ବିଭିନ୍ନ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri