Posted inଜାତୀୟ

ମାଲୟାଲମ୍‌ ନ୍ୟୁଜ୍‌ ଚ୍ୟାନେଲ କାର୍ଯ୍ୟାଳୟରେ ପୋଲିସର ଚଢ଼ାଉ

କୋଚି,୫।୩: ଏସ୍‌ଏଫ୍‌ଆଇର ବିକ୍ଷୋଭ ପ୍ରଦର୍ଶନ ପରେ କେରଳ ପୋଲିସ କୋଝିକୋଡେସ୍ଥିତ ଏକ ଟିଭି ଚ୍ୟାନେଲ କାର୍ଯ୍ୟାଳୟରେ ରବିବାର ଚଢାଉ କରି ତଦନ୍ତ ଆରମ୍ଭ କରିଛି। ଟୁଇଟରରେ ଏକ ଭିଡିଓ ଶେୟାର କରି କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ପୋଲିସର ତଦନ୍ତ ସମ୍ପର୍କରେ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଉତ୍ତର କେରଳର ଏକ ବିଦ୍ୟାଳୟରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ନେଇ ସମ୍ପୃକ୍ତ ନ୍ୟୁଜ୍‌ ଚ୍ୟାନେଲରେ ଏକ ଖବର ପ୍ରକାଶିତ ହୋଇଥିଲା। ଏହାକୁ ଫେକ୍‌ ନ୍ୟୁଜ୍‌ କହି ଶୁକ୍ରବାର ସନ୍ଧ୍ୟାରେ ଷ୍ଟୁଡେଣ୍ଟସ ଫେଡେରେଶନ ଅଫ୍‌ ଇଣ୍ଡିଆ(ଏସ୍‌ଏଫ୍‌ଆଇ)ର କେତେକ କାର୍ଯ୍ୟକର୍ତ୍ତା କେରଳ କୋଚିସ୍ଥିତ ଏକ ମାଲୟାଲମ୍‌ ନ୍ୟୁଜ୍‌ ଚ୍ୟାନେଲ କାର୍ଯ୍ୟାଳୟରେ ପଶି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହେଲେ ଚ୍ୟାନେଲର ଅଭିଯୋଗ ଆଧାରରେ ପୋଲିସ ଛାତ୍ର ସଙ୍ଗଠନର ପ୍ରାୟ ୩୦ଜଣ କର୍ମକର୍ତ୍ତାଙ୍କ ବିରୋଧରେ ମାମଲା ରୁଜୁ କରିଛି।

ଅଭିଯୋଗ ଅନୁଯାୟୀ, ଏସ୍‌ଏଫ୍‌ଆଇ କର୍ମଚାରୀମାନେ ରାତି ପ୍ରାୟ ୮ଟାରେ ଚ୍ୟାନେଲ କାର୍ଯ୍ୟାଳୟରେ ପ୍ରବେଶ କରି ଚ୍ୟାନେଲ ବିରୋଧରେ ସ୍ଲୋଗାନ ଦେଇ କର୍ମଚାରୀଙ୍କୁ ଧମକ ଦେଇଥିଲେ। ଅନ୍ୟପକ୍ଷେ ଏସ୍‌ଏଫ୍‌ଆଇର କାର୍ଯ୍ୟକୁ ସମାଲୋଚନା କରି ପ୍ରେସ କ୍ଲବ ଅଫ ଇଣ୍ଡିଆ ପକ୍ଷରୁ କେରଳ ସରକାରଙ୍କୁ ଘଟଣାର ତଦନ୍ତ କରିବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri