କୁକୁର ସହ ଫୁଟ୍‌ପାଥ୍‌ରେ ଶୋଇଥିଲେ କୁନି ବାଳକ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୧୭।୧୨: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଜଣେ ବେସାହାରା କୁନି ବାଳକ ଏକ କୁକୁର ସହିତ ଶୋଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋ ଭାଇରାଲ ହେବା ପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ଏବଂ ବରିଷ୍ଠ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଜିଲା ପୋଲିସ ଏହି ଅସହାୟ ବାଳକକୁ ନିଜ ଆୟତକୁ ନେଇଥିଲା। ଏହାପରେ ବାଳକର ଭାବପ୍ରବଣ କାହାଣୀ ଶୁଣି ସମସ୍ତଙ୍କ ଆଖିରୁ ଆସିଯାଇଥିଲା ଲୁହ। ପ୍ରାୟ ୯ ରୁ ୧୦ ବର୍ଷର ଦେଖାଯାଉଥିବା ଏହି ବାଳକଙ୍କ ନାମ ଅଙ୍କିତ। ସ୍ଥାନୀୟ ପିଲାଙ୍କ କହିବାନୁସାରେ, ତାଙ୍କ ବାପା ଜେଲରେ ଅଛନ୍ତି ଏବଂ ମାଆ ଚାଲିଯାଇଛନ୍ତି। ଏହି ନିରୀହ ପିଲାଟି ତାଙ୍କ ପରିବାର କିମ୍ବା ଘର ବ୍ୟତୀତ ଅନ୍ୟ କାହା ବିଷୟରେ ଜାଣେ ନାହିଁ। ଚା ’ଦୋକାନରେ କାମ କରି ଟଙ୍କା ରୋଜଗାର କରି ପେଟ ପୋଷନ୍ତି। ନିଜେ ଖାଇବା ସହ କୁକୁରକୁ ମଧ୍ୟ ଖାଇବାକୁ ଦିଅନ୍ତି। କୁକୁରକୁ ସେ ଡାନି ବୋଲି ଡାକନ୍ତି । ରାତିରେ ଅସହ୍ୟ ଥଣ୍ଡାରେ ମୁଜାଫରନଗରର ଶିବ ଚକ ବଜାରରେ ଥିବା ଏକ ଦୋକାନ ଆଗରେ ଶୋଇଥିଲେ। କୁକୁରଟି ରାତିସାରା ଏହାର ମାଲିକର ଯତ୍ନ ନେଉଥିଲା। କିଛି ଦିନ ପୂର୍ବରୁ ନିଆଯାଇଥିବା ଶିଶୁର ଏହି ଫଟୋ ଭାଇରାଲ ହେବା ପରେ ଜିଲାର ଏସଏସପି ଅଭିଷେକ ଯାଦବ ବାଳକକୁ ଖୋଜିବା ପାଇଁ ପୋଲିସ ଟିମ ଗଠନ କରିବା ପରେ ସହରରୁ ପୋଲିସ ଉଦ୍ଧାର କରିଥିଲା। ଏବେ ବାଳକଟିକୁ ଶିଶୁ ଓ ମହିଳା କଲ୍ୟାଣ ବିଭାଗର ତତ୍ତ୍ୱାବଧାନରେ ଛଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri