ଭୂମିହୀନ ପରିବାରଙ୍କ ଦାବି: ଉଚ୍ଛେଦ ପୂର୍ବରୁ ଥଇଥାନ କର

ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲା ପ୍ରଶାସନ ବିଭିନ୍ନ ସ୍ଥାନରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି। ଏହି କ୍ରମରେ ଅତାବିରା ବ୍ଲକର ଗୋଡ଼ଭଗା ଅଞ୍ଚଳରୁ ରାଜପଥ ପାର୍ଶ୍ୱସ୍ଥ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଉକ୍ତ ଉଚ୍ଛେଦ ପ୍ରକ୍ରିୟାରେ ନିରୀହ ଗରିବ ଭୂମିହୀନମାନେ ପ୍ରଭାବିତ ହେଉଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ ଏହି ବ୍ଲକ ଅଧୀନ ଭୋଇଟିକ୍ରା ମୌଜା ଚକୁଳିଫାର୍ମ (ପଥରପିଟା)ରେ ରହୁଥିବା ଭୂମିହୀନ ପରିବାର ଲୋକେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସୋମବାର ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଉଚ୍ଛେଦ କରିବା ପୂର୍ବରୁ ସେମାନଙ୍କ ଥଇଥାନ ବ୍ୟବସ୍ଥା କରିବା ପାଇଁ ସେମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି।
ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ଦୀର୍ଘ ୬୦ବର୍ଷ ହେଲା ୨୫ପରିବାର ପଥରପିଟାରେ ଘରଦ୍ୱାର କରି ରହିଆସୁଛନ୍ତି। ସେମାନେ ସମସ୍ତେ ଭୂମିହୀନ। ୨୦୧୨ରେ ରାଜପଥ ପ୍ରଶସ୍ତୀକରଣ ସମୟରେ ସେମାନଙ୍କୁ ଉଚ୍ଛେଦ ଉଦ୍ୟମ ହୋଇଥିଲା। ସେତେବେଳେ ମଧ୍ୟ ସେମାନେ ଜିଲାପାଳଙ୍କୁ ଫେରାଦ ହୋଇଥିଲେ ଏବଂ ତତ୍କାଳୀନ ଜିଲାପାଳ ସେମାନଙ୍କ ସମସ୍ୟାକୁ ହୃଦୟଙ୍ଗମ କରି ସେମାନେ ରହୁଥିବା ସ୍ଥାନକୁ ଉଚ୍ଛେଦ କରି ନ ଥିଲେ। ଅନ୍ୟପଟେ ସେହି ସମୟରୁ ଏହି ପରିବାର ଲୋକେ ୧୦ଡେସିମିଲ ଘରଡ଼ିହ ପଟ୍ଟା ପ୍ରଦାନ ସହିତ ଥଇଥାନ କରିବା ପାଇଁ ଜିଲାପାଳଙ୍କୁ ନିବେଦନ କରିଆସୁଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ସେ ଦିଗରେ କିଛି ପଦକ୍ଷେପ ନିଆଯାଇନାହିଁ।
ଅପରପକ୍ଷେ ଗତ ୧୪ତାରିଖ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ କିଛିଲୋକ ଆସି ଡାକବାଜି ଯନ୍ତ୍ରରେ ଉଚ୍ଛେଦ କରାଯିବ ବୋଲି ପ୍ରଚାର କରିବା ସହିତ ୧୭ତାରିଖ ସୁଦ୍ଧା ଘର ଖାଲି କରିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏପର୍ଯ୍ୟନ୍ତ ସେ ନେଇ କିଛି ଲିଖିତ ନୋଟିସ୍‌ ସେମାନଙ୍କୁ ମିଳିନାହିଁ ବୋଲି ପଡ଼ାବାସୀ କହିଛନ୍ତି। ଉକ୍ତ ପଡ଼ାରେ ରହୁଥିବା ସମସ୍ତ ପରିବାର ଭୂମିହୀନ ଏବଂ କୁଲି ମଜୁରୀ କରୁଥିବାରୁ ବର୍ତ୍ତମାନ ସେମାନଙ୍କୁ ସେଠାରୁ ଉଚ୍ଛେଦ କରାଗଲେ ବହୁତ ଅସୁବିଧାର ସମ୍ମୁଖୀନ ହେବେ ବୋଲି କହିଛନ୍ତି। ଏବେ ବର୍ଷା ଲାଗି ରହିଥିବାବେଳେ ପିଲାଛୁଆଙ୍କୁ ଧରି ଅନ୍ୟତ୍ର ରହିବା ପାଇଁ ସେମାନଙ୍କ ପାଖରେ କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବା ପଡ଼ାବାସୀ କହିଛନ୍ତି। ଫଳରେ ଉଚ୍ଛେଦ ପୂର୍ବରୁ ସେମାନଙ୍କୁ ଅନ୍ୟତ୍ର ଥଇଥାନ କରାଯିବା ଏବଂ ଅତିକମ୍‌ରେ ସେଥିପାଇଁ ୬ମାସ ସମୟ ଦେବାକୁ ମରିୟମ ସୁନା, ଭୂମି ସୁନା, ବନବାସୀ ନାଗ, ବାସନ୍ତୀ କୁମ୍ଭାର ପ୍ରମୁଖ ପଡ଼ାବାସୀ ଜିଲାପାଳଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri