ଭୂମିହୀନ ପରିବାରଙ୍କ ଦାବି: ଉଚ୍ଛେଦ ପୂର୍ବରୁ ଥଇଥାନ କର

ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲା ପ୍ରଶାସନ ବିଭିନ୍ନ ସ୍ଥାନରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି। ଏହି କ୍ରମରେ ଅତାବିରା ବ୍ଲକର ଗୋଡ଼ଭଗା ଅଞ୍ଚଳରୁ ରାଜପଥ ପାର୍ଶ୍ୱସ୍ଥ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଉକ୍ତ ଉଚ୍ଛେଦ ପ୍ରକ୍ରିୟାରେ ନିରୀହ ଗରିବ ଭୂମିହୀନମାନେ ପ୍ରଭାବିତ ହେଉଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ ଏହି ବ୍ଲକ ଅଧୀନ ଭୋଇଟିକ୍ରା ମୌଜା ଚକୁଳିଫାର୍ମ (ପଥରପିଟା)ରେ ରହୁଥିବା ଭୂମିହୀନ ପରିବାର ଲୋକେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସୋମବାର ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଉଚ୍ଛେଦ କରିବା ପୂର୍ବରୁ ସେମାନଙ୍କ ଥଇଥାନ ବ୍ୟବସ୍ଥା କରିବା ପାଇଁ ସେମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି।
ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ଦୀର୍ଘ ୬୦ବର୍ଷ ହେଲା ୨୫ପରିବାର ପଥରପିଟାରେ ଘରଦ୍ୱାର କରି ରହିଆସୁଛନ୍ତି। ସେମାନେ ସମସ୍ତେ ଭୂମିହୀନ। ୨୦୧୨ରେ ରାଜପଥ ପ୍ରଶସ୍ତୀକରଣ ସମୟରେ ସେମାନଙ୍କୁ ଉଚ୍ଛେଦ ଉଦ୍ୟମ ହୋଇଥିଲା। ସେତେବେଳେ ମଧ୍ୟ ସେମାନେ ଜିଲାପାଳଙ୍କୁ ଫେରାଦ ହୋଇଥିଲେ ଏବଂ ତତ୍କାଳୀନ ଜିଲାପାଳ ସେମାନଙ୍କ ସମସ୍ୟାକୁ ହୃଦୟଙ୍ଗମ କରି ସେମାନେ ରହୁଥିବା ସ୍ଥାନକୁ ଉଚ୍ଛେଦ କରି ନ ଥିଲେ। ଅନ୍ୟପଟେ ସେହି ସମୟରୁ ଏହି ପରିବାର ଲୋକେ ୧୦ଡେସିମିଲ ଘରଡ଼ିହ ପଟ୍ଟା ପ୍ରଦାନ ସହିତ ଥଇଥାନ କରିବା ପାଇଁ ଜିଲାପାଳଙ୍କୁ ନିବେଦନ କରିଆସୁଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ସେ ଦିଗରେ କିଛି ପଦକ୍ଷେପ ନିଆଯାଇନାହିଁ।
ଅପରପକ୍ଷେ ଗତ ୧୪ତାରିଖ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ କିଛିଲୋକ ଆସି ଡାକବାଜି ଯନ୍ତ୍ରରେ ଉଚ୍ଛେଦ କରାଯିବ ବୋଲି ପ୍ରଚାର କରିବା ସହିତ ୧୭ତାରିଖ ସୁଦ୍ଧା ଘର ଖାଲି କରିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏପର୍ଯ୍ୟନ୍ତ ସେ ନେଇ କିଛି ଲିଖିତ ନୋଟିସ୍‌ ସେମାନଙ୍କୁ ମିଳିନାହିଁ ବୋଲି ପଡ଼ାବାସୀ କହିଛନ୍ତି। ଉକ୍ତ ପଡ଼ାରେ ରହୁଥିବା ସମସ୍ତ ପରିବାର ଭୂମିହୀନ ଏବଂ କୁଲି ମଜୁରୀ କରୁଥିବାରୁ ବର୍ତ୍ତମାନ ସେମାନଙ୍କୁ ସେଠାରୁ ଉଚ୍ଛେଦ କରାଗଲେ ବହୁତ ଅସୁବିଧାର ସମ୍ମୁଖୀନ ହେବେ ବୋଲି କହିଛନ୍ତି। ଏବେ ବର୍ଷା ଲାଗି ରହିଥିବାବେଳେ ପିଲାଛୁଆଙ୍କୁ ଧରି ଅନ୍ୟତ୍ର ରହିବା ପାଇଁ ସେମାନଙ୍କ ପାଖରେ କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବା ପଡ଼ାବାସୀ କହିଛନ୍ତି। ଫଳରେ ଉଚ୍ଛେଦ ପୂର୍ବରୁ ସେମାନଙ୍କୁ ଅନ୍ୟତ୍ର ଥଇଥାନ କରାଯିବା ଏବଂ ଅତିକମ୍‌ରେ ସେଥିପାଇଁ ୬ମାସ ସମୟ ଦେବାକୁ ମରିୟମ ସୁନା, ଭୂମି ସୁନା, ବନବାସୀ ନାଗ, ବାସନ୍ତୀ କୁମ୍ଭାର ପ୍ରମୁଖ ପଡ଼ାବାସୀ ଜିଲାପାଳଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri