ରାସ୍ତା କଡ଼ରେ ନିରାଶ୍ରୟ

ବାରିପଦା ଅଫିସ,୨୩।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଘୁରି ବୁଲୁଥିବା ଅସହାୟ, ବାସହୀନ, ମାନସିକ ବିକୃତ ଓ ଦିବ୍ୟାଙ୍ଗମାନଙ୍କୁ ଥଇଥାନ କରାଯାଉନାହିଁ। ହାଡ଼ଭଙ୍ଗା ଶୀତରେ ସେମାନେ ରାସ୍ତା କଡ଼ରେ ପଡ଼ି ରହୁଛନ୍ତି। ଏନେଇ ଅଣରାଜନୈତିକ ସଙ୍ଗଠନ ଜାଗ ମୟୂରଭଞ୍ଜ ଜାଗର କର୍ମକର୍ତ୍ତାମାନେ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ତୁରନ୍ତ ସେମାନଙ୍କୁ ଥଇଥାନ କରା ନ ଗଲେ ଅଗାମୀ ଦିନରେ ଆନ୍ଦୋଳନ ହେବ ବୋଲି ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।
ଜିଲାରେ ଏବେ ଅସହ୍ୟ ଶୀତ ଅନୁଭୁତ ହେଉଛି। ୧୦ ଦିନ ହେଲା ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ମଙ୍ଗଳବାର ପାରଦ ୭.୫ଡିଗ୍ରୀ ସେଲିସିୟସ ରହିଥିଲା। ପ୍ରବଳ ଶୀତ ଲହରୀ ଯୋଗୁ ଜିଲା ପ୍ରଶାସନ ୟଲୋ ୱାର୍ଣ୍ଣି ଜାରି କରି ଡାକବାଜି ଯନ୍ତ୍ର ଯୋଗେ ରାତି ସମୟରେ ଲୋକଙ୍କୁ ଘରୁ ନ ବାହାରିବାକୁ ସଚେତନ କରୁଛି। ତେବେ ବାରିପଦା ସହରରେ ଥିବା ଅସହାୟ, ମାନସିକ ବିକୃତ ଓ ଦିବ୍ୟାଙ୍ଗମାନେ ଶୀତକଷ୍ଟରେ ଫୁଟପାଥରେ ଶୋଉଥିବା ନେଇ ସଙ୍ଗଠନ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି ା ପ୍ରଶାସନ ପକ୍ଷରୁ ଦୁଇଟି ଆଶ୍ରୟସ୍ଥଳୀ ରହିଥିବା ବେଳେ ଅସହାୟମାନଙ୍କୁ ଥଇଥାନ କରିବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଫଳରେ ବସଷ୍ଟାଣ୍ଡ, ରାସ୍ତାପାର୍ଶ୍ୱ, ଦୋକାନ ବାରଣ୍ଡା ଓ ଗଛମୂଳେ ଶୀତ କାକରରେ ସେମାନେ ପଡ଼ିରହୁଛନ୍ତି ା ପଡ଼ୋଶୀ ଜିଲା ଓ ରାଜ୍ୟରୁ ଆସୁଥିବା ବ୍ୟବସାୟୀମାନେ ସହରର ଆଶ୍ରୟସ୍ଥଳୀକୁ କବଜା କରି ରଖୁଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଅସହାୟଙ୍କ ସୁରକ୍ଷା ପାଇଁ ହେଉଥିବା କାର୍ଯ୍ୟକ୍ରମ କେବଳ କାଗଜକଲମରେ ଚାଲିଛି ବୋଲି ଅଭିଯୋଗରେ ଦର୍ଶାଯାଇଛି। ସଙ୍ଗଠନର ପ୍ରତିଷ୍ଠାତା ଅରୁଣ କୁମାର ବେହେରା, ସୋନାଲୀ ପ୍ରିୟଦର୍ଶନୀ ବେହେରା ଓ ତପସ୍ବିନୀ ରଣା ପ୍ରମୁଖ ଜିଲାପାଳଙ୍କୁ ଭେଟିବା ପରେ ଖୁବଶୀଘ୍ର ଏକ ଟିମ୍‌ ପଠାଇ ସେମାନଙ୍କୁ ଆଶ୍ରୟସ୍ଥଳୀରେ ରଖାଯିବ ବୋଲି ଜିଲାପାଳ ଭରଦ୍ୱାଜ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri