ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ବୟସାଧିକ କାରଣରୁ ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ସେ ଜଣେ ମେଳାପୀ ସ୍ବଭାବର ବ୍ୟକ୍ତି ଥିଲେ। ତାଙ୍କ ପରଲୋକ ଖବର ପ୍ରଚାର ହେବା ପରେ ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ସମେତ ସହରର ବହୁ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚତ୍ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

