ପୁଣି ସେବାୟତଙ୍କୁ ଦିଆଯିବ ହୋମିଓପାଥି

ପୁରୀ ଅଫିସ,୧୫ା୭:ଶ୍ରୀମନ୍ଦିର ସେବାୟତଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି। ତେଣୁ ସେବାୟତଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ସେମାନଙ୍କୁ ପୁଣି ଥରେ ହୋମିଓପାଥି ଔଷଧ ବଣ୍ଟନ କରାଯିବ। ଆସନ୍ତା ୧୭ ଓ ୧୮ତାରିଖରେ ପର୍ଯ୍ୟାୟକ୍ରମେ ବିଭିନ୍ନ ସେବାୟତ ନିଯୋଗ ଏବଂ ଶ୍ରୀମନ୍ଦିର କର୍ମଚାରୀଙ୍କୁ ହୋମିଓପାଥି ଔଷଧ ଦିଆଯିବ। ଏଥିଲାଗି ନୀଳାଦ୍ରି ଭକ୍ତନିବାସ ପରିସରରେ ସ୍ବାସ୍ଥ୍ୟ ଶିବିର ହେବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟର ଭାରପ୍ରାପ୍ତ ଅଧିକାରୀଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଅନୁରୋଧ କରାଯାଇଛି।
୧୭ତାରିଖରେ ସୁଆର ଓ ମହାସୁଆର, ପୁଷ୍ପାଳକ, ବିମାନବଡ଼ୁ, ଦଇତାପତି, ବଡୁ ସୁଆର, ଖୁଣ୍ଟିଆ, ପାଟରା ବିଶୋଇ, ଘଣ୍ଟୁଆ ଏବଂ ପାର୍ଶ୍ୱ ଦେବଦେବୀ ମନ୍ଦିର ସେବାୟତଙ୍କୁ ଏହି ହୋମିଓପାଥି ଦିଆଯିବ। ୧୮ ତାରିଖରେ ପ୍ରତିହାରୀ, ପୂଜାପଣ୍ଡା, ଗରାବଡୁ, ହଡ଼ପନାୟକ, ରୂପକାର, ଚିତ୍ରକର, ଭୋଇ, ମହାରଣା, କୋଠ ଭୋଗ ସେବକ, ଏବଂ ଅନ୍ୟାନ୍ୟ ନିଯୋଗ ତଥା ଶ୍ରୀମନ୍ଦିର କର୍ମଚାରୀଙ୍କୁ ଔଷଧ ବଣ୍ଟାଯିବ। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ଏବଂ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଶିବିର ଖୋଲା ରହିବ। ପ୍ରତ୍ୟେକ ସେବାୟତ ପରିବାରର ଜଣେ ବ୍ୟକ୍ତି ଆସି ନିଜ ତଥା ପରିବାର ସଦସ୍ୟଙ୍କ ପାଇଁ ଔଷଧ ନେଇପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଥାଉ କି, ରଥଯାତ୍ରା ପୂର୍ବରୁ ଅର୍ଥାତ୍‌ ଜୁନ୍‌ ୯ରୁ ୧୩ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ମଧ୍ୟ ସେବାୟତମାନଙ୍କୁ ହୋମିଓପାଥି ଔଷଧ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri