ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ ଥାନା ଅନ୍ତର୍ଗତ ମାଟିଆପଡ଼ା ଗ୍ରାମର ସୁଦର୍ଶନ ଦାଶ ବୋଲି ଜଣାପଡ଼ିଛି। ପୋଲିସ ରବିବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରି ତଦନ୍ତ କରୁଛି।
ମୁତାବକ, କେନ୍ଦୁଝର ଅଞ୍ଚଳର ପୀଡ଼ିତା ଏବଂ ତାଙ୍କ ସ୍ବାମୀ ୪ ବର୍ଷ ପୂର୍ବେ ପୁରୀରେ ସୁଦର୍ଶନଙ୍କ ଘରେ ଭଡ଼ାରେ ରହୁଥିଲେ। ସେ ସମୟରେ ଅଭିଯୁକ୍ତ ଘର ମାଲିକ ତାଙ୍କ ସହିତ ଅବୈଧ ସମ୍ପର୍କ ସ୍ଥାପନ କରିବାକୁ ଚେଷ୍ଟା କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ କୋଠରିରେ ପ୍ରବେଶ କରି ଅସଦାଚରଣ କରିଥିଲେ। ତାଙ୍କ ଅଗୋଚରରେ ଅଶ୍ଳୀଳ ଫଟୋ ଏବଂ ଭିଡିଓ ରେକର୍ଡ କରିଥିଲେ। ପରେ ସେଗୁଡ଼ିକୁ ପୀଡ଼ିତାଙ୍କୁ ଦେଖାଇ ବ୍ଲାକ୍‌ମେଲ କରି ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ କଥା ନ ମାନିବାରୁ ପୀଡ଼ିତାଙ୍କ ଫଟୋ ବ୍ୟବହାର କରି ଏକ ନକଲି ପ୍ରୋଫାଇଲ ତିଆରି କରି ସୋସିଆଲ ମିଡିଆରେ ଅଶ୍ଳୀଳ ଫଟୋ ଏବଂ ସ୍କ୍ରିନସଟ୍‌ ପ୍ରସାରଣ କରିଥିଲେ। ଏ ନେଇ ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଟାଉନ ଥାନା ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିବା ସହ ଗୋଟିଏ ମୋବାଇଲ ଜବତ କରିଛି। ଜବତ ମୋବାଇଲ ଯାଞ୍ଚ ପରେ ଅଶ୍ଳୀଳ ଫଟୋ, ସ୍କ୍ରିନ୍‌ସଟ୍‌ ଏବଂ ଅନ୍ୟାନ୍ୟ ଡିଜିଟାଲ ସାମଗ୍ରୀ ଉଦ୍ଧାର କରାଯାଇଥିବା ପୋଲିସ କହିଛି। ଟାଉନ ଆଇଆଇସି ଶ୍ରୀକାନ୍ତ ସାହୁ କହିଛନ୍ତି, ସରକାରୀ ଅଧିକାରୀ ସାକ୍ଷୀଙ୍କ ଉପସ୍ଥିତିରେ ଅନୁସନ୍ଧାନ ଏବଂ ଜବତ ପ୍ରକ୍ରିୟା କରାଯାଇଛି। ଏହାର ଭିଡିଓଗ୍ରାଫି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହଳପଦରରେ ଜବରଦଖଲ ଉଚ୍ଛେଦ: ଗ୍ରାମବାସୀଙ୍କ ଦାବି ହେଲା ପୂରଣ, ନିର୍ମାଣ ହେବ କୃଷି ସମବାୟ କାର୍ଯ୍ୟାଳୟ

ଅମରପାଲି, ୧୦।୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପରେ ଜମିକୁ…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri