Posted inରାଜ୍ୟ

ଅରିନ୍ଦମଙ୍କୁ ଝୁରୁଛି ଜନ୍ମମାଟି

ପାଟଣା,୨୪ା୯(ସ୍ବ.ପ୍ର.): ମହାନଦୀର ମୁଣ୍ଡଳି ବ୍ୟାରେଜରେ ବୋଟ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବରଦାତା ଅରିନ୍ଦମ ଦାସ(ସାମୀ)ଙ୍କ ଜନ୍ମମାଟି କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ବର୍ଗତ ଯୁଗଳ କିଶୋର ଦାସଙ୍କ ସେ ଏକ ମାତ୍ର ପୁଅ ଥିଲେ। କକା ଧରଣୀଧର ଦାସଙ୍କ ସୂଚନା ଅନୁଯାୟୀ ଅରିିନ୍ଦମଙ୍କ ଅକାଳ ବିୟୋଗ ଖବର ଶୁଣି ତାଙ୍କ ମା’ କୁନି ଦାସ ସଂଜ୍ଞା ହୀନ ହୋଇ ପଡ଼ିବା ସହ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସ୍ତ୍ରୀ ସମୀକ୍ଷା ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଅରିନ୍ଦମ୍‌ଙ୍କର ଅଢେଇବର୍ଷର ପୁତ୍ର ଅଛନ୍ତି।

କେନ୍ଦୁଝର ଡି.ଡି କଲେଜରୁ ବିକମ୍‌ ପାସ କରିବା ପରେ ଢେଙ୍କାନାଳ ସ୍ଥିତ ଆଇଆଇଏମ୍‌ସିରେ ଜର୍ନାଲିଜିମ୍‌ କରିଥିଲେ। ଦୈନିକ ଖବର କାଗଜ ‘ଧରିତ୍ରୀ’ରୁ ଖବରଦାତା ଭାବେ କ୍ୟାରିଅର ଆରମ୍ଭ କରିବା ପରେ ଇଲୋକଟ୍ରୋନିକ୍ସ ଗଣମାଧ୍ୟମରେ ଯୋଗ ଦେଇ ସାମ୍ବାଦିକତା କ୍ଷେତ୍ରରେ ନିଜ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଡିଡି କଲେଜର ପୂର୍ବତନ ଛାତ୍ର ୟୁନିୟନର ସଭାପତି ଅରିନ୍ଦମଙ୍କ ମର ଶରୀର ଗଁାରେ ପହଞ୍ଚିବା ପରେ ଅନ୍ତେଷ୍ଟି କ୍ରିୟା ନେଇ ଚୂଡ଼ାନ୍ତ ନିଷ୍ପତ୍ତିି ନିଆଯିବ ବୋଲି ତାଙ୍କ କକା ଧରଣୀଧର କହିଛନ୍ତି। ଅରବିନ୍ଦମଙ୍କ ଅକାଳ ବିୟୋଗରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri