ବଜାରରେ ହୋଣ୍ଡାର ଅଲ୍‌ ନ୍ୟୁ ଏନ୍‌ଏକ୍ସ୫୦୦

ନୂଆଦିଲ୍ଲୀ,୨୨।୧: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏନଏକ୍ସ୫୦୦’(ଆଡଭେଞ୍ଜର ଟୁରର ମଡେଲ)ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ତଥା ସିଇଓ ସୁସୁମୁ ଓଟାନି କହିଛନ୍ତି, କମ୍ପାନୀର ବହୁ ପ୍ରତୀକ୍ଷିତ ଏନ୍‌ଏକ୍ସ୫୦୦କୁ ଆମେ ଗର୍ବର ସହ ଭାରତରେ ଉନ୍ମୋଚନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଆଧୁନିକ ଷ୍ଟ୍ରିଟ୍‌ ଆଡଭେଞ୍ଚର ମୋଟରସାଇକେଲର ଅଭିନବତା ପ୍ରତି ଆମର ଅତୁଟ ପ୍ରତିବଦ୍ଧତାର ପ୍ରମାଣ ଏବଂ ପୁରୁଣା ଗାଡ଼ି ଚାଳନା ରୋମାଞ୍ଚ ପ୍ରଦାନ କରୁଛି। ଏହାର କ୍ରସ୍‌ଓଭର ଡିଜାଇନ, ପ୍ରିମିୟମ ପ୍ରଯୁକ୍ତି ଏବଂ ଜୀବନ୍ତ ଟ୍ବିନ-ସିଲିଣ୍ଡର ଇଞ୍ଜିନ ସହିତ ଏନଏକ୍ସ ୫୦୦ ଗ୍ରାହକଙ୍କ ବାଇକ୍‌ ଚାଳନା ଅନୁଭୂତିକୁ ବଦଳାଇବ ଏବଂ ଦୁଇଚକିଆରେ ଦୁଃସାହସିକ ମନୋଭାବ ପାଳନ କରିବାକୁ ଯାଉଛି।

ସେହିଭଳି ଏଚ୍‌ଏମ୍‌ଏସ୍‌ଆଇର ନିର୍ଦ୍ଦେଶକ (ସେଲ୍ସ ଆଣ୍ଡ ମାର୍କେଟିଂ) ଯୋଗେଶ ମାଥୁର କହିଛନ୍ତି, ଆମେ ନିଶ୍ଚିତ ଯେ ଏନ୍‌ଏକ୍ସ ୫୦୦ ଭାରତରେ ଏଡିଭି ଗ୍ରାହକମାନଙ୍କୁ ଉତ୍ସାହିତ କରିବ। ଏନ୍‌ଏକ୍ସ୫୦୦ ପାଇଁ ବୁକିଂ ବର୍ତ୍ତମାନ ଆମର ପ୍ରିମିୟମ ବିଗ୍‌ୱିଙ୍ଗ ଡିଲରଶିପ୍‌ଗୁଡିକରେ ଖୋଲା ରହିଛି ଏବଂ ଆସନ୍ତା ମାସରୁ ଏହାର ଡେଲିଭରି ଆରମ୍ଭ ହେବ। ଉଲ୍ଲେଖଯୋଗ୍ୟ, ହୋଣ୍ଡା ଏନ୍‌ଏକ୍ସ୫୦୦କୁ ଡେଲି କ୍ରସ୍‌ଓଭର ଡିଜାଇନ ପ୍ରଦାନ କରାଯାଇଥିବା ବେଳେ ଉକ୍ତ ମଡେଲ ତିନିଟି ଆକର୍ଷଣୀୟ କଲର (ରଙ୍ଗ) ସ୍କିମ୍‌ ଗ୍ରାଣ୍ଡ୍‌ ପ୍ରିକ୍ସ ରେଡ୍‌, ମ୍ୟାଟ୍‌ ଗନପାଉଡର ବ୍ଲାକ୍‌ ମେଟାଲିକ୍‌ ଓ ପର୍ଲ ହରାଇଜନ୍‌ ହ୍ବାଇଟ୍‌ କଲରରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?