ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ ଅନ୍ତଃ ଭାଗର ପ୍ରତିକୃତିି (ଏକ୍ସଟେରିଅର ଆଣ୍ଡ ଇଣ୍ଟେରିଅର ସ୍କେଚ୍‌)କୁ ଆନୁଷ୍ଠାନିକ ଭାବେ ଅନାବରଣ କରାଯାଇଛି। ଏପରିକି ହୋଣ୍ଡାର ଅଲ୍‌ ନ୍ୟୁ ଥାର୍ଡ ଜେନେରେଶନ ଆମେଜ୍‌ (୩ୟ ପିଢ଼ିର ଯାନ ଆମେଜ୍‌)କୁ ଆକର୍ଷଣୀୟ ଭାବେ ଡିଜାଇନ ସହ ସମସ୍ତ ପ୍ରକାର ଅତ୍ୟାଧୁନିକ ଫିଚରକୁ ଉକ୍ତ ମଡେଲରେ ସାମିଲ କରାଇଛି। ସେହିଭଳି ଅଟୋଶିଳ୍ପରେ ନୂଆ ମାଇଲଖୁଣ୍ଟ ହାସଲ କରିବା ପାଇଁ ବ୍ରାଣ୍ଡ୍‌ ଉଭୟ ଟୋକ୍ନୋଲୋଜି ଓ ଡିଜାଇନକୁ ସର୍ବାଧିକ ଗୁରୁତ୍ୱ ଦେଉଛି। ଏପରିକି ଏହି ନୂତନ ମଡେଲ ବ୍ରାଣ୍ଡ୍‌ର ସେଡାନ୍‌ ମଡେଲ ଭଳି ଦେଖାଦେଉଥିବାବେଳେ ଉଭୟ ସାଇଜ ଓ ପରିଦୃଶ୍ୟ ଏକ ଉଚ୍ଚାଭିଳାଷୀ କାର୍‌ ଭଳି ଅନୁଭବ କରାଉଛି। ସେହିପରି ଅଲ୍‌ ନ୍ୟୁ ଆମେଜ୍‌ର ଶକ୍ତି, କ୍ଷମତା ଓ ଡିଜାଇନ ସବୁ ବର୍ଗର ଗ୍ରାହକଙ୍କୁ ଆକୃଷ୍ଟକରିବ ବୋଲି ଆଶା କରାଯାଉଛି। ଏପରିକି ଏହି ମଡେଲକୁ ଥାଇଲାଣ୍ଡସ୍ଥିତ ହୋଣ୍ଡାର ଆର୍‌ ଆଣ୍ଡ ଡି ଏସିଆ ପ୍ୟାସିଫିକ୍‌ ସେଣ୍ଟର ପକ୍ଷରୁ ଡିଜାଇନ କରାଯାଉଥିବାବେଳେ ଭାରତୀୟ ରାସ୍ତା ଓ ବଜାରର ଆବଶ୍ୟକତାକୁ ଭଲ ଭାବେ ନିରୀକ୍ଷଣ କଲା ପରେ ବ୍ରାଣ୍ଡ୍‌ ଏହାକୁ ଡିଜାଇନ ସହ ନିର୍ମାଣ କରୁଛି ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri