ଘରୋଇ ବଜାରରେ ହୋଣ୍ଡା ଏଲିଭେଟ୍‌

ଭୁବନେଶ୍ୱର, ୫।୯: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଏସ୍‌ୟୁଭି ‘ଏଲିଭେଟ୍‌’କୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏଚ୍‌ସିଆଇଏଲର ପ୍ରେସିଡେଣ୍ଟ ତଥା ସିଇଓ ତାକୁୟା ସୁମୁରା କହିଛନ୍ତି, ମଜଭୁତ ଭାବେ ଆଶା କରାଯାଉଥିବା ଏହି ମଧ୍ୟମ ଆକାର ଏସୟୁଭି ‘ହୋଣ୍ଡା ଏଲିଭେଟ’କୁ ଭାରତ ବଜାରରେ ପ୍ରବେଶ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ବିଶେଷ କରି ବିଶ୍ୱସ୍ତରରେ ପ୍ରଦର୍ଶିତ ହେବା ପରେ ଏଲିଭେଟ ଗ୍ରାହକମାନଙ୍କ ନିକଟରୁ ଅତୁଳନୀୟ ପ୍ରଶଂସା ଏବଂ ଗ୍ରହଣୀୟତା ଲାଭ କରିଛି। ଏପରିକି ଆଗ୍ରହର ସହିତ ଅପେକ୍ଷା କରିଥିବା ଭାରତୀୟ ଗ୍ରାହକଙ୍କ ନିମନ୍ତେ ଆମେ ଏଲିଭେଟର ମୂଲ୍ୟ ଘୋଷଣା କରି ବେଶ୍‌ ଆନନ୍ଦ ଅନୁଭବ କରୁଛୁ। ଅପରପକ୍ଷରେ ହୋଣ୍ଡା ଏଲିଭେଟ ୧.୫ ଏଲ୍‌ଆଇ-ଭିଟେକ ଡିଓଏଚ୍‌ସି ପେଟ୍ରୋଲ ଇଞ୍ଜିନରେ ପରିଚାଳିତ ହେଉଥିବାବେଳେ ୮୯ କେଡବ୍ଲ୍ୟୁ (୧୨୧-ପିଏସ) ଶକ୍ତି ଏବଂ ୧୪୫ ଏନ୍‌ଏମ୍‌ ଟର୍କ ଉପତ୍ନ୍ନ କରୁଛି। ସେହିଭଳି ଏଲିଭେଟରେ ୬-ସ୍ପିଡ ମାନୁଆଲ ଟ୍ରାନ୍ସମିଶନ ଏବଂ ୭-ସ୍ପିଡ କଣ୍ଟିନ୍ୟୁଅସଲି ଭାରିଏବଲ ଟ୍ରାନ୍ସମିଶନ (ସିଭିଟି) ରହିଥିବା ବେଳେ ଯଥାକ୍ରମେ ଲିଟର ପିଛା ୧୫.୩୧ କିଲୋମିଟର ଓ ୧୬.୯୨ କିଲୋମିଟର ଇନ୍ଧନ ସଞ୍ଚୟକାରୀ ମାଇଲେଜ ପ୍ରଦାନ କରୁଛି। ଉଲ୍ଲେଖଯୋଗ୍ୟ, ହୋଣ୍ଡା ଏଲିଭେଟ ୪ଟି ଭାରିଆଣ୍ଟରେ ଉପଲବ୍ଧ ହେଉଥିବାବେଳେ ସିଙ୍ଗଲ-ଟୋନ୍‌ରେ ୭ଟି ଏବଂ ଡୁଆଲ-ଟୋନ୍‌ରେ ୩ଟି ଆକର୍ଷଣୀୟ ରଙ୍ଗ (କଲର)ର ମଡେଲ ବଜାରକୁ ଆସିଥିବା ହୋଣ୍ଡା ପକ୍ଷରୁ କୁହାଯାଇଛି। ସେହିଭଳି ଉକ୍ତ ମଡେଲଗୁଡିକର ପ୍ରାରମ୍ଭିକ ମୂଲ୍ୟ (ଏକ୍ସ ଶୋ’ରୁମ ) ପ୍ରାୟ ୧୧ରୁ ୧୬ ଲକ୍ଷ ଟଙ୍କା ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri