ବଜାରରେ ହୋଣ୍ଡାର ନ୍ୟୁ-୨୦୨୩ ଡିଓ

ଭୁବନେଶ୍ୱର,୧୩।୬: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡାର ନ୍ୟୁ-୨୦୨୩ ଡିଓକୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ଓବିଡି୨ ନିୟମ ପାଳନ କରୁଥିବା ହୋଣ୍ଡାର ନୂଆ ୨୦୨୩ ଡିଓର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।
ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ତଥା ସିଇଓ ସୁସୁମୁ ଓଟାନି କହିଛନ୍ତି, ଓବିଡି୨ ନିୟମ ପାଳନ କରୁଥିବା ସମ୍ପୂର୍ଣ୍ଣ ନୂଆ୨୦୨୩ ଡିଓର ଶୁଭାରମ୍ଭ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ସେହିଭଳି ଏଚ୍‌ଏମ୍‌ଏସ୍‌ଆଇର ନିର୍ଦ୍ଦେଶକ (ସେଲ୍‌ସ ଓ ମାର୍କେଟିଂ) ଯୋଗେଶ ମାଥୁର କହିଛନ୍ତି, ନୂଆ ୨୦୨୩ ଡିଓରେ ସ୍ପୋର୍ଟି ଆକର୍ଷଣୀୟ ଡିଜାଇନ୍‌ ଓ ହୋଣ୍ଡା ସ୍ମାଟ କିଭଳି ଉନ୍ନତ ପ୍ରଯୁକ୍ତି ସହିତ କୌତୁକ ସନ୍ଧାନରେ ଥିବା ଗ୍ରାହକଙ୍କ ମଧ୍ୟରେ ନୂଆ ରୋମାଞ୍ଚ ସୃଷ୍ଟି କରିବ। ସେହିଭଳି କମ୍ପାନୀ ପକ୍ଷରୁ ୧୦ ବର୍ଷର (୩ ବର୍ଷ ସାଧାରଣ+୭ ବର୍ଷର ବର୍ଦ୍ଧିତ ୱାରେଣ୍ଟି ବିକଳ୍ପ) ୱାରେଣ୍ଟି ସୁବିଧା ପ୍ରଦାନ କରାଯାଉଛି। ଏପରିକି ୨୦୨୩ ଡିଓ ଷ୍ଟାଣ୍ଡାର୍ଡ, ଡିଲକ୍ସ ଓ ସ୍ମାର୍ଟ ଭଳି ୩ଟି ଭାରିଆଣ୍ଟରେ ଉପଲବ୍ଧ ହେଉଥିବା ବେଳେ ତାହାର ମୂଲ୍ୟ ଯଥାକ୍ରମେ ୭୦,୨୧୧ ଟଙ୍କା, ୭୪,୨୧୨ ଟଙ୍କା ଓ ୮୮,୭୧୨ ଟଙ୍କା ରହିଛି। ସେହିପରି ଏହାର ଷ୍ଟାଣ୍ଡାର୍ଡ ଭର୍ସନ ସ୍ପୋର୍ଟସ୍‌ ରେଡ୍‌୨, ଜାଜି ବ୍ଲୁ ମେଟାଲିକ୍‌, ମାଟ୍‌ ଆକ୍ସିସ୍‌ ଗ୍ରେ ମେଟାଲିକ ରଙ୍ଗରେ ଉପଲବ୍ଧ ହେଉଥିବାବେଳେ ଡିଲକ୍ସ ମଡେଲ୍‌ ଡାଜେଲ୍‌ ୟେଲୋ ମେଟାଲିକ୍‌, ମ୍ୟାଟ୍‌ ଆକ୍ସିସ୍‌ ଗ୍ରେ ମେଟାଲିକ୍‌, ମ୍ୟାଟ୍‌ ସାଙ୍ଗ୍ରିଆ ରେଡ୍‌ ମେଟାଲିକ ରଙ୍ଗ ଏବଂ ସ୍ମାର୍ଟ ଭାରିଆଣ୍ଟ୍‌ ପର୍ଲ ଇଗ୍ନେଅସ ବ୍ଲାକ୍‌, ମ୍ୟାଟ୍‌ ସାଙ୍ଗ୍ରିଆ ରେଡ୍‌ ମେଟାଲିକ୍‌ ଓ ମ୍ୟାଟ୍‌ ଡାର୍କ ବ୍ଲୁ ମେଟାଲିକ୍‌ ରଙ୍ଗରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri