ବଜାରରେ ହୋଣ୍ଡାର ନ୍ୟୁ ଲିଭୋ

ଭୁବନେଶ୍ୱର,୨୩।୮: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ନ୍ୟୁ ଲିଭୋ-୨୦୨୩’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ସୁସୁମି ଓଟାନି କହିଛନ୍ତି, ହୋଣ୍ଡା ଲିଭୋକୁ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ। ସେହିଭଳି ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ସେଲ୍‌ସ ଓ ମାର୍କେଟିଂ ନିର୍ଦ୍ଦେଶକ ଯୋଗେଶ ମାଥୁର କହିଛନ୍ତି, ଲିଭୋର ବଜାର ପ୍ରବେଶ ସମ୍ପର୍କରେ ଘୋଷଣାକରି ଆମେ ଆନନ୍ଦତି। ଓବିଡି୨ ନିୟମ ଅନୁସାରେ ଏହାର ଶୁଭାରମ୍ଭ କରାଯାଇଥିବାରୁ ବ୍ରାଣ୍ଡ୍‌ର ଅଭିଳାଷକୁ ଆମେ ଆହୁରି ବଢ଼ାଇପାରିଛୁ। ବିଶେଷକରି ଉନ୍ନତ ପ୍ରଯୁକ୍ତିକୁ ବ୍ୟବହାର କରି ୨୦୨୩ ହୋଣ୍ଡା ଲିଭୋକୁ ଉନ୍ମୋଚନ କରୁଛୁ, ଏହାର ଷ୍ଟାଇଲ, ଆରାମ ଓ ପ୍ରଦର୍ଶନ ଏକ ଉପଯୁକ୍ତ ସମ୍ମିଶ୍ରଣରେ ଏହା ପରିଣତ ହୋଇଛି, ଯାହା ଆଧୁନିକ ଯୁଗର ଚାଳକଙ୍କ ଆବଶ୍ୟକତା ପୂରଣ କରୁଛି। ସେହିପରି ନୂଆ ୨୦୨୩ ଲିଭୋରେ ୧୧୦ ସିସିର ଓବିଡି୨ ନିୟମ ପାଳନ କରୁଥିବା ପିଜିଏମ୍‌-ଏଫ୍‌ଆଇ ଇଞ୍ଜିନ ସହିତ ଇଏସ୍‌ପି ଓ ଟ୍ୟୁବ୍‌ ବିହୀନ ଟାୟାର ଆଦି ରହିଛି। ବିଶେଷକରି ଆରାମ ଦୃଷ୍ଟିରୁ ସେଥିରେ ଡିସି ହେଡ୍‌ଲ୍ୟାମ୍ପ୍‌, ସମନ୍ବିତ ଇଞ୍ଜିନ ଷ୍ଟାର୍ଟ-ଷ୍ଟପ୍‌ ସ୍ବିଚ୍‌, ଟାଙ୍କି ଓ ସିଟ୍‌ର ସମ୍ପୂର୍ଣ୍ଣ ସମନ୍ବୟ, ଅଧିକ ଗ୍ରାଉଣ୍ଡ୍‌ କ୍ଲିୟରାନ୍ସ, ୫ ସୋପାନ ଆଡଜଷ୍ଟ୍‌ ହୋଇପାରୁଥିବା ପଛ ସସ୍‌ପେନ୍‌ସନ୍‌, ସର୍ଭିସ୍‌ ବିଷୟରେ ଜଣାଇବା ଲାଗି ଇଣ୍ଡିକେଟର ଓ ଇକ୍ୱିଲାଇଜର ସହିତ କମ୍ବିଂ ବ୍ରେକ୍‌ ବ୍ୟବସ୍ଥା ରହିଛି। ଉକ୍ତ ମଡେଲ ଆଥଲେଟିଭ୍‌ ବ୍ଲୁ ମେଟାଲିକ୍‌, ମ୍ୟାଟ୍‌ କ୍ରସ୍‌ ମେଟାଲିକ୍‌ ଓ କଳା ରଙ୍ଗରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri