ହୋଣ୍ଡାର ରେପ୍‌ସଲ୍‌ ଏଡିସନ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୨।୯:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ରେପ୍‌ସଲ୍‌ ଏଡିସନ୍‌’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି ୨୦୨୩ ରେପ୍‌ସଲ୍‌ ଏଡିସନ୍‌ର ହର୍ନେଟ୍‌ ୨.୦ ଓ ଡିଓ ୧୨୫କୁ ନିକଟରେ ଉନ୍ମୋଚନ କରାଯାଇଛି।
ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ସୁସୃମୁ ଓଟାନି କହିଛନ୍ତି, ରେସିଂ ହେଉଛି ହୋଣ୍ଡାର ହୃତ୍‌ପିଣ୍ଡ। ପ୍ରଥମ ଥର ପାଇଁ ଭାରତରେ ରେସିଂର ଶିଖର ଭାବେ ପରିଚିତ ମୋଟୋ ଜିପି ପ୍ରଥମ ଥର ପାଇଁ ଭାରତରେ ଆୟୋଜନ ହେଉଥିବା ବେଳେ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ରହିବା ଲାଗି ଭାରତୀୟ ଯୁବ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। ସେହି ଉତ୍ସାହକୁ ଆହୁରି ବଢ଼ାଇବା ପାଇଁ ଆମେ ହର୍ନେଟ୍‌ ୨.୦ ଓ ଡିଓ ୧୨୫ର ୨୦୨୩ ରେପ୍‌ସଲ୍‌ ଏଡିସନ୍‌କୁ ଉନ୍ମୋଚନ କରିଛୁ। ଆମେ ଆଗାମୀ ଭାରତ ଜିପିର ବଡ଼ ସଫଳତା କାମନା କରୁଛୁ। ସେହିଭଳି ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ନିର୍ଦ୍ଦେଶକ (ବିକ୍ରି ଓ ବିପଣନ) ଯୋଗେଶ ମାଥୁର କହିଛନ୍ତି,ହର୍ନେଟ୍‌ ୨.୦ ଓ ଡିଓ ୧୨୫ର ୨୦୨୩ ରେପ୍‌ସଲ୍‌ ଏଡିସନ୍‌କୁ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଉଭୟ ମଡେଲ ନିଜ ନିଜ କ୍ଷେତ୍ରରେ ଗ୍ରାହକଙ୍କୁ ଉଲ୍ଲସିତ କରିଛନ୍ତି ଏବଂ ତାହାର ଲିମିଟେଡ୍‌ ଏଡିସନ୍‌ ଭର୍ସନ ଉନ୍ମୋଚନକରି ଭାରତରେ ମୋଟୋଜିପି ପ୍ରଶଂସକଙ୍କ ପାଇଁ ଭାରତୀୟ ରାସ୍ତାରେ ହୋଣ୍ଡାର ରେସିଂ ଡିଏନ୍‌ରେ ପରିବର୍ତ୍ତନ ଆଣି ଆମେ ଆନନ୍ଦିତ। ପ୍ରଥମ ଭାରତ ଜିପି ପାଇଁ ରେପ୍‌ସଲ୍‌ ହୋଣ୍ଡା ଟିମ୍‌କୁ ଆମେ ଶୁଭକାମନା ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri