ଡିସେମ୍ବରରେ ହୋଣ୍ଡାର ୭,୦୬୨ ୟୁନିଟ୍‌ ଯାନ ବିକ୍ରି

ନୂଆଦିଲ୍ଲୀ,୪।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ୨୦୨୨ ଡିସେମ୍ବରର ଯାନ ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତ ବଜାରରେ କମ୍ପାନୀ ଗତ ବର୍ଷ ମୋଟ ୯୫,୦୨୨ ୟୁନିଟ୍‌ ଯାନ ବିକ୍ରି କରିଥିବା ରେକର୍ଡ କରାଯାଇଛି। ବିଶେଷକରି ୨୦୨୧ବର୍ଷରେ କମ୍ପାନୀ ବାର୍ଷିକ କାରବାର ଅନୁଯାୟୀ ମୋଟ ୮୯,୧୫୨ ୟୁନିଟ୍‌ ଯାନ କରିଥିଲା। ଫଳରେ ୨୦୨୧ ବର୍ଷର ବିକ୍ରି ତୁଳନାରେ ୨୦୨୨ ବର୍ଷରେ କମ୍ପାନୀ ପ୍ରାୟ ୭%ର ଅଭିବୃଦ୍ଧି ପଞ୍ଜୀକରଣ କରିପାରିଛି। ସେହିଭଳି ୨୦୨୨ ବର୍ଷ (ଜାନୁୟାରୀରୁ ଡିସେମ୍ବର) ମଧ୍ୟରେ କମ୍ପାନୀ ୨୩,୨୪୮ ୟୁନିଟ୍‌ ରପ୍ତାନି କରିଥିବା ବେଳେ ୨୦୨୧ରେ ଏହି ସଂଖ୍ୟା ୧୬,୩୪୦ ୟୁନିଟ୍‌ ରେକର୍ଡ ହୋଇଥିଲା। ଏପରିକି ରପ୍ତାନି କ୍ଷେତ୍ରରେ କମ୍ପାନୀ ୨୦୨୧ ତୁଳନାରେ ୨୦୨୨ରେ ୪୩%ରୁ ଅଧିକ ଅଭିବୃଦ୍ଧି ରେକର୍ଡ କରିଥିବା ହୋଣ୍ଡା ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୦୨୨ ଡିସେମ୍ବରରେ କମ୍ପାନୀ ମାସିକ ଘରୋଇ ବିକ୍ରି ୭,୦୬୨ ୟୁନିଟ୍‌ ପଞ୍ଜୀକୃତ କରିଥିବା ଜଣାପଡିଛି।
ଏ ସମ୍ପର୍କରେ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ନିର୍ଦ୍ଦେଶକ (ମାର୍କେଟିଂ ଏବଂ ବିକ୍ରୟ) ୟୁଚି ମୁରାଟା କହିଛନ୍ତି, ବର୍ଷ ୨୦୨୨ ଏଚ୍‌ସିଆଇଏଲ୍‌ ପାଇଁ ବେଶ୍‌ ସକାରାତ୍ମକ ଥିଲା। ଫଳରେ ଆମର ଘରୋଇ ବିକ୍ରି ପରିମାଣ ପ୍ରାୟ ୭% ସହ ରପ୍ତାନି ପରିମାଣରେ ମଧ୍ୟ ୪୩% ଅଭିବୃଦ୍ଧି ରେକର୍ଡ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri