ଜାନୁଆରୀରେ ହୋଣ୍ଡାର ୮୬୮୧ ୟୁନିଟ୍‌ ବିକ୍ରି, ଘରୋଇ ବିକ୍ରି ପଞ୍ଜୀକରଣରେ ୧୧% ବୃଦ୍ଧି

ଭୁବନେଶ୍ୱର,୨।୨: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ପଞ୍ଜୀକରଣରେ କ୍ରମାଗତ ବୃଦ୍ଧି ଘଟୁଛି। ଫଳରେ ୨୦୨୪ ଜାନୁଆରୀରେ ହୋଣ୍ଡା କାର୍‌ସର ମୋଟ ୮୬୮୧ ୟୁନିଟ୍‌ ଯାନ ବିକ୍ରି ହୋଇଛି। ଏପରିକି ୨୦୨୩ର ସମାନ ଅବଧିରେ କମ୍ପାନୀର ମୋଟ ଘରୋଇ ବିକ୍ରି ୭୮୨୧ ୟୁନିଟ୍‌ ଥିଲା। ଅପରପକ୍ଷରେ ହୋଣ୍ଡା କାର୍‌ସ ୨୦୨୪ ଜାନୁଆରୀରେ ମୋଟ ୪୫୩୧ ୟୁନିଟ୍‌ ଯାନ ରପ୍ତାନି କରିଥିଲାବେଳେ ୨୦୨୩ର ସମାନ ଅବଧିରେ ମୋଟ ୧୪୩୪ ୟୁନିଟ୍‌ ରପ୍ତାନି ପଞ୍ଜୀକରଣ ହୋଇଥିଲା। ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ର ନିର୍ଦ୍ଦେଶକ (ମାକେଟିଂ ଆଣ୍ଡ ସେଲ୍‌ସ) ୟୁଇଚି ମୁରାତା କହିଛନ୍ତି, ବର୍ଷ ପ୍ରାରମ୍ଭରେ ବ୍ରାଣ୍ଡ୍‌ର ଚାହିଦା ଓ କାରବାର ସହିତ ହୋଣ୍ଡା ଏଲିଭେଟର ଡିମାଣ୍ଡ ଯୋଗୁ ଆମେ ଏକ ରେକର୍ଡ ପରିମାଣର ସେଲ୍‌ସ କରିପାରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦...

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri